କନକ ବ୍ୟୁରୋ: ବିଧାନସଭାର ମୌସୁମୀ ଅଧିବେଶନ ପାଇଁ ଆଜି ବସିବ ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବିଧାନସଭା କକ୍ଷରେ ବସିବ ଏହି ବୈଠକ  । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ମଧ୍ୟ ବୈଠକରେ ଉପସ୍ଥିତ ରହିବେ । ସେହିପରି ସରକାରୀ ଦଳ ମୁଖ୍ୟ ସଚେତକ ଓ ବିରୋଧୀ ଦଳ ମୁଖ୍ୟ ସଚେତକଙ୍କ ସମେତ କଂଗ୍ରେସ ବିଧାୟକ ଦଳ ନେତା ମଧ୍ୟ ବୈଠକରେ ସାମିଲ ହେବେ । 

Advertisment

ବିଧାନସଭାକୁ ସୁରୁଖୁରୁରେ ଚଲାଇବା ପାଇଁ ସମସ୍ତ ଦଳ ମାନଙ୍କ ସହ ଆଲୋଚନା କରିବେ ବାଚସ୍ପତି। ତେବେ କାର୍ଯ୍ୟସୂଚୀ ଅନୁଯାୟୀ ୧୮ ତାରିଖରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ୨୫ ତାରିଖ ଯାଏଁ ଅଧିବେଶନ ଚାଲିବ। ଏହି ଅଧିବେଶନରେ ୭ଟି କାର୍ଯ୍ୟଦିବସ ରହିବ । ଗୋଟିଏ ଦିନ ପ୍ରାଇଭେଟ ମେମ୍ବର ବିଲ୍ ଏବଂ ଗୋଟିଏ ଦିନ ନୋ ଅଫିସ ଡେ ରହିଛି । ତେବେ ମୌସୁମୀ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଥିବା ବେଳେ କଡା ଜବାବ ରଖିବାକୁ ପ୍ରସ୍ତୁତ ହେଉଛି ଶାସକ ଦଳ  ।