କନକବ୍ୟୁରୋ: ଆଜି ମହାମାୟାଙ୍କ ବିଜୟାଦଶମୀ, ଅସତ୍ୟ ଉପରେ ହେବ ସତ୍ୟର ଜୟ । ଶେଷ ଦିନରେ ମଣ୍ଡପରେ ମନ୍ତ୍ର ଉଚ୍ଚାରଣ ସହ ଚାଲିଛି ମାଆଙ୍କ ଆରାଧନା । ଶ୍ରଦ୍ଧାଳୁ ମାନେ ମା'ଙ୍କୁ ଦର୍ଶନ କରିବା ପାଇଁ ମଣ୍ଡପରେ ସକାଳୁ ସକାଳୁ ଭିଡ ଜମାଇଲେଣି । କଟକରେ ସୁନା-ରୁପାରେ ଝଟକୁଛନ୍ତି ମାଆ  । ଭୁବନେଶ୍ୱର ମଣ୍ଡପ ଗୁଡିକରେ ସୁଉଚ୍ଚ ତୋରଣ ଓ ସୁନ୍ଦର ଆଲୋକମାଳ, ସାଜସଜ୍ଜା ବେଶ ଆକର୍ଷଣୀୟ ହୋଇଛି  । 

Advertisment

କେଉଁଠି ମାଆଙ୍କ ମୃଣ୍ମୟ ମୂର୍ତି ଦେଖିବାକୁ ଲୋକଙ୍କ ଭିଡ ହେଉଛି ତ କେଉଁଠି ସୁନ୍ଦର ଆଲୋକମାଳା ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି । ବିଜୟା ଦଶମୀ ଅବସରରେ ଆଜି ବିଭିନ୍ନ ସ୍ଥାନରେ ଭଳିକି ଭଳି କାର୍ଯ୍ୟକ୍ରମର  ଆୟୋଜନ କରାଯାଉଛି । ଆଜି ବିଜୟାଦଶମୀ ପରେ ଧରାପୃଷ୍ଠରୁ ମେଲାଣି ନେବେ ମା ଜଗଦମ୍ବା । ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡି କରାଯାଇଛି  । ଟ୍ବିନ ସିଟି କଟକ ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମଣ୍ଡପ ମାନଙ୍କରେ ବେଶ ଭିଡ଼ ଦେଖିବାକୁ ମିଳୁଛି  ।