କନକବ୍ୟୁରୋ : ଆଜି ପବିତ୍ର ବିଜୟା ଦଶମୀ, ମଣ୍ତପରେ ଚାଲିଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର। ଆଜି ଶାରଦୀୟ ଦୁର୍ଗାପୂଜାର ଶେଷ ଦିନ । ଅଧର୍ମ ଉପରେ ହେବ ଧର୍ମର ବିଜୟ । ମଣ୍ତପରେ ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ପୁରପଲ୍ଲୀ। ପୂଜା ମଣ୍ତପରୁ ଆରମ୍ଭ କରି ଘରେ ଘରେ ରୀତିନୀତି ଅନୁସାରେ ଚାଲିଛି ମା ଜଗତଜନନୀଙ୍କ ପୂଜା। ବିଜୟା ଦଶମୀ ଅବସରରେ ପୂଜା ମଣ୍ଡପ ଗୁଡିକରେ ଭାବ ଓ ଭକ୍ତିମୟ ପରିବେଶ ଦେଖିବାକୁ ମିଳୁଛି । ମାନ୍ୟତା ରହିଛି ଆଜିର ଦିନରେ ମା’ଙ୍କ ପୂଜା କଲେ ଦଶ ଜନ୍ମର ପାପରୁ ଉଦ୍ଧାର ମିଳିଥାଏ ।

Advertisment

ପୁରାଣରେ ବର୍ଣ୍ଣିତ ଅଛି ଯେ, ମିହଷାସୁରର ଅତ୍ୟାଚାରରେ ଦେବତାମାନେ ଯେତେବେବେଳେ ତ୍ରାହି ତ୍ରାହି ଡାକିଲେ ଏବଂ ପୃଥିବୀ ଭୟରେ ଥରହର ହେଉଥିଲା ସେହି ସମୟରେ ମହାଦେବ ଓ ଦେବଗଣଙ୍କ ତେଜ ରଶ୍ମିରୁ ଆର୍ବିଭୂତା ହୋଇଥିଲେ ମା' ଦୁର୍ଗତିନାଶିନୀ  ।  ଅଶ୍ୱୀନ ଶୁକ୍ଳପକ୍ଷ ଅଷ୍ଟମୀ ଓ ନବମୀ ସନ୍ଧିକ୍ଷଣରେ ଦେବୀ ଦୁର୍ଗା ମହିଷାସୁରକୁ ନିପାତ କରିଥିବାରୁ ଏହି ସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।  ତେଣୁ ଦଶହରାକୁ ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ ଭାବେ ମଧ୍ୟ ପାଳନ କରାଯାଏ । ସେପଟେ ବାଲେଶ୍ବରରେ ରାବଣପୋଡ଼ି ଗତକାଲି ଅନୁଷ୍ଠିତ ହୋଇଯାଇଛି । ସବୁଠି ଦଶହରା ଦିନ ରାବଣ ପୋଡି କାର୍ଯ୍ୟକ୍ରମ ଅନୁଷ୍ଠିତ ହୁଏ ।  କିନ୍ତୁ ବାଲେଶ୍ଵରରେ ମହାନବମୀ ଅବସରରେ ରାବଣ ପୋଡ଼ି କାର୍ଯ୍ୟ କ୍ରମ ଅନୁଷ୍ଠିତ ହୋଇଛି । ବାଲେଶ୍ବର ଆଇଟିଆଇ ପଡିଆରେ ଆୟୋଜିତ ହୋଇଛି ରାବଣ ପୋଡ଼ି ଉତ୍ସବ ।