କନକ ବ୍ୟୁରୋ: ଆଜି ପଣା ସଂକ୍ରାନ୍ତି ତଥା ମହାବିଷୁବ ସଂକ୍ରାନ୍ତି । ତାସହ ଓଡ଼ିଆ ନବବର୍ଷ। ଆଜିଠାରୁ ଓଡ଼ିଆ ନୂଆବର୍ଷ ଆରମ୍ଭ ହେଉଥିବାରୁ ଘରେ ଘରେ ଦେବାଦେବୀଙ୍କ ପୂଜା, ଭୋଗ, ହୋମ ଆଦି ଅନୁଷ୍ଠିତ ହୋଇଥାଏ। ଆଜି ଠାରୁ ନୂଆ ଓଡ଼ିଆ ପଞ୍ଜିକା ପ୍ରଚଳନ ହେବ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିରରୁ ଓଡ଼ିଆ ପାଞ୍ଜିର ଶୁଭାରମ୍ଭ ହେବ। ପଣା ସଂକ୍ରାନ୍ତିକୁ ଓଡ଼ିଶାବାସୀ ଭିନ୍ନ ଭିନ୍ନ ନାମରେ ପାଳନ କରିଥାନ୍ତି । ଦକ୍ଷିଣ ଓଡ଼ିଶାରେ ଝାମୁଯାତ, ମେରୁଯାତ ଏବଂ ଉତ୍ତର ଓଡ଼ିଶାରେ ଚଡ଼କ ପର୍ବ ବେଶ୍ ଧୁମଧାମ୍ରେ ପାଳିତ ହୁଏ । ଦଣ୍ଡପାଟୁଆ ମାନେ ଠାକୁରାଣୀଙ୍କ ମନ୍ଦିର ଆଗରେ ନିଆଁରେ ଚାଲିଥାନ୍ତି। ଏସବୁ ସହିତ ଆଜି ହେଉଛି ମହାବୀର ହନୁମାନଙ୍କ ଜୟନ୍ତୀ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/04/14/fa0XY0Ya3tfH0PnhNOGC.jpg)