ଆଜି ଓଡ଼ିଶା ପୋଲିସର ପ୍ରତିଷ୍ଠା ଦିବସ ; ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ

ଆଜି ଓଡ଼ିଶା ପୋଲିସjର ପ୍ରତିଷ୍ଠା ଦିବସ । ୯୦ତମ ଆରକ୍ଷୀ ଦିବସ ପାଳନ ନେଇ ଭିନ୍ନ ଭିନ୍ନ ସ୍ଥାନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ । ଭୁବନେଶ୍ବର ରିଜର୍ଭ ପୋଲିସ ପଡିଆରେ ଆୟୋଜିତ ସମାରୋହରେ ସାମିଲ ହେବେ ପୋଲିସ କମିଶନର ।

ଓଡିଶା ପୋଲିସ ପ୍ରତିଷ୍ଠା ଦିବସ

ଓଡିଶା ପୋଲିସ ପ୍ରତିଷ୍ଠା ଦିବସ Photograph: (କନକ ନ୍ୟୁଜ୍)

କନକ ବ୍ୟୁରୋ: ଆଜି ଓଡ଼ିଶା ପୋଲିସର ପ୍ରତିଷ୍ଠା ଦିବସ । ୯୦ ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହେଉଛି । ଭୁବନେଶ୍ବର ରିଜର୍ଭ ପୋଲିସ ପଡ଼ିଆରେ କମିଶନରେଟ୍ ପୋଲିସ ପକ୍ଷରୁ ପ୍ରତିଷ୍ଠା ଦିବସ ପାଳିତ ହେବ । ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ । ସେହିପରି ସୁନ୍ଦରଗଡର ରିଜର୍ଭ ପୋଲିସ ଗ୍ରାଉଣ୍ଡରେ ୯୦ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ସୁନ୍ଦରଗଡ ଏସପି ପ୍ରତ୍ୟୁଷ ଦିବାକର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ସମ୍ମିଳିତ ପ୍ୟାରେଡ୍‌ରେ ଅଭିଭାଦନ ଗ୍ରହଣ କରିଥିଲେ । ଆରକ୍ଷୀ ବାହିନୀମାନଙ୍କୁ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ପଢି ଶୁଣାଇଥିଲେ । ଆରକ୍ଷୀ ବାହିନୀ କିଭଳି ଆଜିର ଦିନରେ ଲୋକଙ୍କ ଆସ୍ଥା  ଭାଜନ ହୋଇପାରିବ ସେ ନେଇ ସୂଚନା ଦେଇଥିଲେ। ଏହି ପ୍ରତିଷ୍ଠା ଦିବସ ସମାରୋହରେ ଆଇପିଏସ ପ୍ରୋବେସନର ଅନନ୍ୟା ଅବସ୍ତିଙ୍କ ସମେତ ବହୁ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe