କନକ ବ୍ୟୁରୋ;  ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ । ଅକ୍ଟୋବର ୨ ତାରିଖ ୧୮୬୯ ମସିହାରେ ଗୁଜରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ ବାପୁ । ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ ଯୁଗପୁରୁଷ ହେଉଛନ୍ତି ମହାତ୍ମା ଗାନ୍ଧୀ । ଅହିଂସା ଉପାୟରେ ଦେଶରୁ ଇଂରେଜ ସରକାରଙ୍କୁ ତଡ଼ି ସ୍ବାଧୀନତା ଆଣିଥିବା ମହାନ ପୁରୁଷ ହେଉଛନ୍ତି ଜାତିର ଜନକ ମହାତ୍ମା ଗାନ୍ଧୀ ।  ତାଙ୍କ ନେତୃତ୍ୱରେ ଦେଶ ଇଂରେଜମାନଙ୍କ କବଳରୁ ମୁକ୍ତ ହୋଇପାରିଥିଲା ।

Advertisment

ସେହିପରି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ ମଧ୍ୟ ଆଜି ଜନ୍ମତଥି। ୧୯୦୪ ମସିହା ଅକ୍ଟୋବର ୨ତାରିଖରେ ଶାସ୍ତ୍ରୀ ଜନ୍ମଗ୍ରହଣ କରିଥିଲେ । ଶାସ୍ତ୍ରୀଜୀ ଦେଶର ପ୍ରଧାନମନ୍ତ୍ରୀ ଥିବା ସମୟରେ ପାକିସ୍ତାନ ସହ ଯୁଦ୍ଧ ହୋଇଥିଲା । ପରାକ୍ରମ ଦେଖାଇପାରିଥିଲା ଭାରତ । ଏହି ଦୁଇ ମହାପୁରୁଷଙ୍କୁ ଜୟନ୍ତୀରେ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଉଛି ଭାରତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦିଲ୍ଲୀର ରାଜଘାଟରେ ମହାତ୍ମା ଗାନ୍ଧୀଙ୍କ ସ୍ମୃତିସ୍ଥଳ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ବିଜୟ ଘାଟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।