କନକ ବ୍ୟୁରୋ: ପବିତ୍ର ପଞ୍ଚୁକର ଆଜି ହେଉଛି ଚତୁର୍ଥ ଦିନ, ଶ୍ରୀମନ୍ଦିରରେ ଲକ୍ଷ୍ମୀ ନୃସିଂହ ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ସକାଳୁ ସକାଳୁ ସିଂହଦ୍ବାର ସମ୍ମୁଖରେ ଲାଗିଲାଣି ପ୍ରବଳ ଭିଡ଼ । ହବିଷ୍ୟାଳି ଓ ଶ୍ରଦ୍ଧାଳୁଙ୍କ ହୁଳହୁଳି, ହରିବୋଲ ଧ୍ବନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ ।
ବାବା ଧବଳେଶ୍ବରଙ୍କ ପାଖରେ ଲାଗିହେଲା ଗଜଭୋଗ, ରାତି ତମାମ ଉଜାଗର ହୋଇ ବାବାଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ପୌରାଣିକ ମତ ଅନୁଯାୟୀ ଇନ୍ଦ୍ରଦ୍ୟୁମ୍ନ ମହାରାଜ ଦାରୁଦେବତାଙ୍କୁ ପ୍ରଥମେ ଦର୍ଶନ କରିଥିଲେ, ସେତେବେଳେ ମହାପ୍ରଭୁ ତାଙ୍କୁ ନୃସିଂହ ବେଶରେ ଦର୍ଶନ ଦେଇଥିଲେ । ସେହି ସ୍ମୃତିରେ ମହାକାର୍ତ୍ତିକ ପଞ୍ଚୁକର ଚର୍ତୁଦ୍ଦଶୀ ତିଥିରେ ଶ୍ରୀ ବିଗ୍ରହମାନଙ୍କର ଏହି ବେଶ ଅନୁଷ୍ଠିତ ହୋଇ ଆସୁଅଛି । ଏହି ବେଶରେ ଶ୍ରୀ ବିଗ୍ରହମାନେ ଶ୍ରୀଭୁଜ, ଶ୍ରୀପୟର ସମେତ ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହୋଇଛନ୍ତି । ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କଲେ ଅଶେଷ ପୂଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/11/04/laxmi-narayan-besha-2025-11-04-09-18-30.png)