କନକ ବ୍ୟୁରୋ :   ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରି ରାଜ୍ୟରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ହେଉଛି ରାଜ୍ୟ ସରକାରଙ୍କ ପ୍ରାଥମିକତା । ଏହି କ୍ରମରେ ଭୁବନେଶ୍ବର ୟୁନିଟ-୩ସ୍ଥିତ କ୍ୟାପିଟାଲ୍ ହାଇସ୍କୁଲ ପଡ଼ିଆଠାରେ ଆଜି ଆୟୋଜିତ ହେଉଛି ନିଯୁକ୍ତି ମେଳା । ଏହି ନିଯୁକ୍ତି ମେଳା ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମୋଟ୍  ୨୭୬୭ ଜଣଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଯୁକ୍ତିପତ୍ର ପ୍ରଦାନ କରିବେ। 

Advertisment

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ନିମନ୍ତେ ୮୯୪ ଜଣ ଅଧ୍ୟକ୍ଷ ଏବଂ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯିବ । ନିଯୁକ୍ତି ମେଳା ସମାରୋହରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ଥିବା ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସ୍ବାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ପ୍ରମୁଖ ସାମିଲ ହେବେ । ପୂର୍ଣ୍ଣ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚ ବିଦ୍ୟାଳୟର ୧୭୯୮ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ୨୮ ଜଣ କନିଷ୍ଠ ସହାୟକ ନିଯୁକ୍ତିପତ୍ର ପାଇବେ । ସେହିପରି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ୨୭ ଜଣ କନିଷ୍ଠ ସହାୟକ, ମାଧ୍ୟମିକ ଶିକ୍ଷା ପରିଷଦର ୧୮ ଜଣ କନିଷ୍ଠ ସହାୟକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଅଧିନରେ ୨  ଜଣ ସମୀକ୍ଷକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । 

ନିଯୁକ୍ତି ମେଳା ସମାରୋହରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ଥିବା ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସ୍ବାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ଗୃହ ନିର୍ମାଣ ଓ ନଗରଉନ୍ନୟନ ବିଭାଗ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରମୁଖ ସାମିଲ ହେବେ । ରାଜ୍ୟ ସରକାର ଆଗାମୀ ୫ ବର୍ଷରେ ଓଡିଶାର ସାମଗ୍ରିକ ବିକାଶ ଲକ୍ଷ୍ୟ ରଖିଛନ୍ତି । ସଂସ୍କାର, ପ୍ରଦର୍ଶନ ଏବଂ ରୂପାନ୍ତରଣ ଦ୍ବାରା ଓଡ଼ିଶାରେ ଦ୍ରୁତ ବିକାଶର ଧାରା ସୃଷ୍ଟି ହେବା ସହ ବିକଶିତ ଭାରତ ଗଠନ ଲକ୍ଷ୍ୟରେ ସମୃଦ୍ଧ, ସଶକ୍ତ ଓ ବିକଶିତ ଓଡ଼ିଶା ନିର୍ମାଣ ସହିତ ଯୁବଶକ୍ତିଙ୍କୁ ସୁଯୋଗ ଦେବା ପାଇଁ ନିଯୁକ୍ତି ମେଳାର ଆୟୋଜନ କରାଯାଉଛି ।