balijatra Photograph: (kanaknews)
କନକ ବ୍ୟୁରୋ: ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା । ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍ଘାଟନ କରିବେ । ବାଲିଯାତ୍ରାକୁ ଏଥର ଆକର୍ଷଣୀୟ କରିବା ପାଇଁ ଶ୍ରେୟା ଘୋଷାଲ ଓ ହର୍ଷଦୀପ କୌର ସଂଗୀତ ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ‘କଟକ ଇନ୍ କଟକ’ରେ ଓଡ଼ିଆ ଭାଷା, ସାହିତ୍ୟ ଥିମ୍ରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ଏଥର ପାଖାପଖି ୧୬୦୦ ଷ୍ଟଲ୍ ପଡ଼ିଛି । ଅନ୍ୟପକ୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ କମିସନରେଟ୍ ପୁଲିସ ପକ୍ଷରୁ ୫୦ ପ୍ଲାଟୁନ୍ ଫୋର୍ସ ଓ ୩୦୦ରୁ ଅଧିକ ଅଫିସର ମୁତୟନ ହେବେ ।
ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା: ଭୋରରୁ ବୋଇତ ବନ୍ଦାଣ କଲେ ଶ୍ରଦ୍ଧାଳୁ
ବାଲିଯାତ୍ରାରେ ବିଶ୍ବ ରେକର୍ଡ କରିବା ପାଇଁ ପ୍ରଶାସନ ୩ଟି ପଦକ୍ଷେପ ନେଇଛି । ଶାଳପତ୍ରରେ ୧୦ହଜାର ଗ୍ରିନ୍ ବୋଟ୍ ତିଆରି କରାଯିବ । ‘କଟକ ଇନ୍ କଟକ’ ଭିତରେ ୧ଲକ୍ଷ ବହି ସଂଗ୍ରହ କରି ମାଗଣାରେ ବଣ୍ଟାଯିବ । ବାଲିଯାତ୍ରାକୁ ଆସୁଥିବା ଲୋକମାନଙ୍କର ମତାମତକୁ ସଂଗ୍ରହ କରିବା ପାଇଁ ଷ୍ଟିକିଂ ନୋଟ୍ସ ବୋର୍ଡରେ ଲଗାଯିବାକୁ ପ୍ରଶାସନ ବ୍ୟବସ୍ଥା କରିଛି । ସେହିପରି ବାଲିଯାତ୍ରାକୁ ୟୁନେସ୍କୋ ଐତିହ୍ୟ ମେଳାର ମାନ୍ୟତା ଦେବା ପାଇଁ ଏଥର ଇଣ୍ଡୋନେସିଆ ଓ କୋରିଆରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବାକୁ ଟିମ୍ ଆସୁଛି ।
Follow Us