ଚାକିରି କେଳେଙ୍କାରୀ ମାମଲାରେ ନୂଆମୋଡ, ଧରାପଡିବା ପରେ ମୁଖ୍ୟ କାର୍ପଟଦାର ଶଙ୍କର ପୁଷ୍ଟିର ସାଂଘାତିକ ବୟାନ

Advertisment

ପୂର୍ବ ସରକାରରେ ହୋଇଥିଲା ହଜାରେ କୋଟି ଟଙ୍କାର ଡିଲ । ଆଜି ୭ ଦିନିଆ ରିମାଣ୍ଡରେ ଆଣିବାକୁ ଆବେଦନ କରିପାରେ କ୍ରାଇମବ୍ରାଞ୍ଚ

Updated On

ପୂର୍ବ ସରକାରରେ ହୋଇଥିଲା ହଜାରେ କୋଟି ଟଙ୍କାର ଡିଲ । ଆଜି ୭ ଦିନିଆ ରିମାଣ୍ଡରେ ଆଣିବାକୁ ଆବେଦନ କରିପାରେ କ୍ରାଇମବ୍ରାଞ୍ଚ

ଅଦ୍ୟତନ ହୋଇଛି
shankar prusty

shankar prusty Photograph: (KanakNews)

କନକ ବ୍ୟୁରୋ: ଚାକିରି କେଳେଙ୍କାରୀ ମାଷ୍ଟର ମାଇଣ୍ଡ କୁହାଯାଉଥିବା ଶଙ୍କର ପୃଷ୍ଠି ଗିରଫକୁ ନେଇ ଯେତିକି ଚର୍ଚ୍ଚା ତାଙ୍କର ବୟାନକୁ ନେଇ ଅଧିକ ଚର୍ଚ୍ଚା ଆରମ୍ଭ ହୋଇଛି । କେଳେଙ୍କାରୀ ପଛରେ ହଜାରେ କୋଟିର ଦୁର୍ନୀତି ହୋଇଥିବା ଶଙ୍କରଙ୍କ ବୟାନ ପରେ କ୍ରାଇମ ବ୍ରାଞ୍ଚ ତାଙ୍କୁ ୭ ଦିନିଆ ରିମାଣ୍ଡରେ ଆଣି ପଚରାଉଚରା କରିବାକୁ ଯୋଜନା ଚଳାଇଛି। ପୁଲିସ ଏସଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ପଛର ମାଷ୍ଟରମାଇଣ୍ଡ କିଏ ? ଶଙ୍କର ପୃଷ୍ଟି ଭଳି ଜଣେ ଲୋକ ଓ ତାର ସହଯୋଗୀ କଣ ଏତେ ବଡ କେଳେଙ୍କାରୀ କରିପାରିବେ? ଏହାକୁ ନେଇ ସମସ୍ତଙ୍କ ଭିତରେ କୌତୁହଳ ଲାଗି ରହିଥିବାବେଳେ ସାଂଘାତିକ ବୟାନ ଦେଇଛି ଶଙ୍କର । 

ଏସ.ଆଇ ପରୀକ୍ଷା କେଳେଙ୍କାରୀ ମାମଲା,  କଟକ କ୍ରାଇମବ୍ରାଞ୍ଚ କାର୍ଯ୍ୟାଳୟରେ ଅଭିଯୁକ୍ତ ଶଙ୍କର ପୃଷ୍ଟିକୁ ଜେରା

ଶଙ୍କର ସିଧା ସଳଖ ପୂର୍ବ ସରକାରକୁ କାଠ ଗଡାକୁ ଟାଣିଛି। କେଉଁ ଚାକିରି ପାଇଁ କେତେ ଟଙ୍କା ଡିଲ୍ ହୋଇଥିଲା ତାହା ସ୍ପଷ୍ଟ କରିନଥିଲେ ବି ରାଜ୍ୟ ରାଜନୀତିରେ କମ୍ପନ ସୃଷ୍ଟି ହୋଇଛି। ଶଙ୍କର ପୃଷ୍ଟିର ବୟାନ ପରେ ବହୁ ନେତା ଓ ବାବୁଙ୍କ ଛାତିରେ ଛନକା ପଶିଛି । ସିବିଆଇ କାହା କବାଟ କେତେବେଳେ ବାଡେଇବ ସେ ନେଇ ଚିନ୍ତାରେ ପଡିଲେଣି । ସେପଟେ ଶଙ୍କରକୁ ରିମାଣ୍ଡରେ ଆଣିବ କ୍ରାଇମବ୍ରାଞ୍ଚ । ଆଜି କୋର୍ଟରେ ହାଜର ହେବ ଶଙ୍କର ପୃଷ୍ଟି । ୭ ଦିନିଆ ରିମାଣ୍ଡରେ ଆଣିବାକୁ ଆବେଦନ କରିପାରେ କ୍ରାଇମବ୍ରାଞ୍ଚ । ଏଯାଏଁ ୩ ଜଣଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିଛି ତଦନ୍ତକାରୀ ସଂସ୍ଥା । ମୁନା ମହାନ୍ତି, ଲୋକନାଥ ସାହୁ, ସୌମ୍ୟା ପ୍ରିୟଦର୍ଶିନୀକୁ ନେଇ ପଚରାଉଚରା କରୁଛି କ୍ରାଇମବ୍ରାଞ୍ଚ । 

 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe