କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୃର୍ଣ୍ଣିବଳୟ ଆହୁରି ସକ୍ରିୟ ହୋଇଛି । ପ୍ରଭାବରେ ରାଜ୍ୟର ସବୁ ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଗାମୀ ୩ ଦିନ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ରାଜ୍ୟର ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ରାୟଗଡା ଓ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଉଭୟ ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ ବିଜୁଳି ଓ ଘଡ଼ଘଡି ନେଇ ସର୍ତକତା ଜାରି କରିଛି ପାଣିପାଗ ବିଭାଗ । ୭୦ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।
ରାଜ୍ୟକୁ ଆଲର୍ଟ ; ଆସନ୍ତା ୩ ଦିନ ପ୍ରବଳ ବର୍ଷିବ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୃର୍ଣ୍ଣିବଳୟ ଆହୁରି ସକ୍ରିୟ ହୋଇଛି । ପ୍ରଭାବରେ ରାଜ୍ୟର ସବୁ ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଗାମୀ ୩ ଦିନ ବର୍ଷା ସମ୍ଭାବନା ରହିଛି ।
/kanak/media/media_files/2025/08/26/14-2025-08-26-08-34-46.jpg)