କନକ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୃର୍ଣ୍ଣିବଳୟ ଆହୁରି ସକ୍ରିୟ ହୋଇଛି । ପ୍ରଭାବରେ ରାଜ୍ୟର ସବୁ ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଗାମୀ ୩ ଦିନ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ରାଜ୍ୟର ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ରାୟଗଡା ଓ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଉଭୟ ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ ବିଜୁଳି ଓ ଘଡ଼ଘଡି ନେଇ ସର୍ତକତା ଜାରି କରିଛି ପାଣିପାଗ ବିଭାଗ । ୭୦ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us