ପାରମ୍ପରିକ କଳାକାରଙ୍କ ପାଇଁ ଖୁସି ଖବର; ୩ହଜାର ହେଲା ୪୦ରୁ ୮୦ ବର୍ଷ କଳାକାରଙ୍କ ଭତ୍ତା

Advertisment

ନିଷ୍ପତ୍ତି ଅନୁଯାୟୀ ୪୦ ରୁ ୮୦ ବର୍ଷ ବୟସ୍କ କଳାକାର ମାନଙ୍କ ଭତ୍ତା ମାସକୁ ୨୦୦୦ ଟଙ୍କାରୁ ୩୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ୮୦ ବର୍ଷରୁ ଅଧିକ ବୟସର କଳାକାର ମାନଙ୍କ ମାସିକ ଭତ୍ତା ୨୫୦୦ ଟଙ୍କାରୁ ୩୫୦୦ ଟଙ୍କାକୁ ବୃଦ୍ଧି ପାଇଛି ।

ନିଷ୍ପତ୍ତି ଅନୁଯାୟୀ ୪୦ ରୁ ୮୦ ବର୍ଷ ବୟସ୍କ କଳାକାର ମାନଙ୍କ ଭତ୍ତା ମାସକୁ ୨୦୦୦ ଟଙ୍କାରୁ ୩୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ୮୦ ବର୍ଷରୁ ଅଧିକ ବୟସର କଳାକାର ମାନଙ୍କ ମାସିକ ଭତ୍ତା ୨୫୦୦ ଟଙ୍କାରୁ ୩୫୦୦ ଟଙ୍କାକୁ ବୃଦ୍ଧି ପାଇଛି ।

Traditional Artists

Traditional Artists Photograph: (Kanak News)

କନକ ବ୍ୟୁରୋ : ରାଜ୍ୟର ପାରମ୍ପରିକ କଳାକାରଙ୍କ ପାଇଁ ଖୁସିର ଖବର । ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ମାସିକ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । କେନ୍ଦୁଝର ପାର୍କଲେନ ଠାରେ ଆୟୋଜିତ ୪୮ ତମ ରାଜ୍ୟସ୍ତରୀୟ ପାଲା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି ।

ନିଷ୍ପତ୍ତି ଅନୁଯାୟୀ ୪୦ ରୁ ୮୦ ବର୍ଷ ବୟସ୍କ କଳାକାର ମାନଙ୍କ ଭତ୍ତା ମାସକୁ ୨୦୦୦ ଟଙ୍କାରୁ ୩୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ୮୦ ବର୍ଷରୁ ଅଧିକ ବୟସର କଳାକାର ମାନଙ୍କ ମାସିକ ଭତ୍ତା ୨୫୦୦ ଟଙ୍କାରୁ ୩୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏହାଦ୍ୱାରା ରାଜ୍ୟର ୪୭,୭୦୪ ଜଣ କଳାକାର ଓ ସେମାନଙ୍କ ପରିବାର ବର୍ଗ ଉପକୃତ ହେବେ । ଓଡ଼ିଆ ଅସ୍ମିତାର ସୁରକ୍ଷା ଓ ପ୍ରଚାର ପ୍ରସାର କରୁଥିବା କଳାକାର ମାନଙ୍କ ସମ୍ମାନରେ ଏହି ଭତ୍ତା ବୃଦ୍ଧି କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ କଳାକାର ମାନଙ୍କ ଭତ୍ତା ବୃଦ୍ଧି ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe