ଚାପି ଦେଲା ଟ୍ରକ, ଚାଲିଗଲା ୫ ଜୀବନ : ଅନ୍ୟ ଦୁଇ ଜଣ ଗୁରୁତର ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି

Advertisment

ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି ।

ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି ।

Accident

Accident Photograph: (Kanaknews)

କନକ ବ୍ୟୁରୋ: ମୃତ୍ୟୁ ଯେ କେତେବେଳେ ଯେ କେମିତି ଆସିବ ତାହା କିଏ କହିବ । ଘରୁ ବାହାରିଲେ ଆମେ ଆଉ ଫେରିବା କି ନାହିଁ ତାହା ମଧ୍ୟ ଆମକୁ ଜଣାନାହିଁ । କାହିଁକି ନା ଏହି ଦ୍ରୁତଗାମୀ ଯାନବାହାନ ଯେ ଏବେ କାଳ ପାଲଟିଛନ୍ତି । ବଡ଼ ବଡ଼ ଟ୍ରକ ଜମ ପରି  ରାସ୍ତାରେ କ୍ଷିପ୍ରଗତିରେ ଯାଉଛନ୍ତି ଆଉ ତାର କବଳରେ ଛୋଟ ଛୋଟ ଯାନର ଚାଳକ ମାନେ ଅକାଳରେ ମୃତ୍ୟୁ ମୁଖରେ ପଡୁଛନ୍ତି ।  ଆଜି ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ ଏକ ହୃଦୟ ବିଦାରକ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ୫ଜଣ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି । ସେହିପରି ଅନ୍ୟ ଦୁଇ ଜଣ ଗୁରୁତର ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଦେଖିବାକୁ ମିଳିଛି । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହଗୁଡ଼ିକ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଆହତଙ୍କୁ ଉଦ୍ଧାର କରି ଏମକେସିଜି ମେଡିକାଲ ଚିକିତ୍ସା ପାଇଁ ପଠାଇଛି ।

ଅଧିକ ପଢନ୍ତୁ : ଅଇଁଠାପାଲି ଛକ ନିକଟରେ ସିରିଜ ଦୁର୍ଘଟଣା : ୧୨ ଆହତଙ୍କୁ ଡାକ୍ତରଖାନାକୁ ପଠାଇଲା ପୁଲିସ


ଦୁର୍ଘଟଣା ପରେ ରାସ୍ତାରେ ଯାତାୟତ କରୁଥିବା ଗାଡ଼ିଗୁଡ଼ିକ ଅଟକି ରହିଥିଲା । ଯାହାଫଳରେ ରାସ୍ତା ଜାମ ହୋଇଯାଇଥିଲା । ପୁଲିସ ଟ୍ରାଫିକ କଣ୍ଟ୍ରୋଲ କରିବା ସହ ଯାନବାହନ ଚଳାଚଳ ସ୍ୱାଭାବିକ କରୁଛି । ଶନିବାର ଦୁଇଟି ବାଇକରେ ଆଗପଛ ହୋଇ ହଳଦିଆ ପଦର ପଟକୁ ଯାଉଥିଲା । ଅନ୍ୟପଟେ ବିପରୀତ ଦିଗରୁ ଏକ ବୋଝେଇ ଟ୍ରକ (ଓଡି ୦୭ ଜେଡ ୭୨୫୯) ସହର ଭିତରକୁ ପ୍ରବେଶ କରୁଥିଲା। ତେବେ ଟ୍ରକ ଚାଳକ ଜଣଙ୍କ ବେପରୁଆ ଭାବେ ଗାଡ଼ି ଚାଳନା କରି ଆଗପଛ ହୋଇ ଯାଉଥିବା ଦୁଇଟି ବାଇକ ଉପରେ ମାଡ଼ି ଯାଇଥିଲା । ଯାହାଫଳରେ ବାଇକ ଚାଳକ ସମେତ ସେଥିରେ ବସିଥିବା ଯୁବକଙ୍କ ମୃତ୍ୟୁ ଘଟିଥିଲା। ଘଟଣା ପରେ ଟ୍ରକ ଚାଳକ ଫେରାର ହୋଇଯାଇଥିବା ପୁଲିସ କହୁଛି ।
 

ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ନିକଟ ହଳଦିଆପଦରଠାରେ ଘଟିଥିବା ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ଏକାଧିକ ଲୋକଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ୪ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହି ଦୁର୍ଘଟଣାରେ ସମସ୍ତ ଆହତଙ୍କ ପାଇଁ ସର୍ବୋତ୍ତମ ଚିକିତ୍ସା ସେବା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe