କନକ ବ୍ୟୁରୋ: ଭାଙ୍ଗିଲା ଟ୍ରମ୍ପ ଓ ମସ୍କ ଯୋଡ଼ି । ଆମେରିକା ସରକାରରେ ନିଜ ପଦରୁ ଇସ୍ତଫା ଦେଇଛନ୍ତି ଏଲନ ମସ୍କ । ଟ୍ରମ୍ପ ସରକାରରେ ଡିଓଜିଇ ମୁଖ୍ୟ ଭାବେ ଦାୟିତ୍ବ ସମ୍ଭାଳୁଥିବା ମସ୍କ ଅଚାନକ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ଏନେଇ ନିଜ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଏକ୍ସରେ ସୂଚନା ଦେଇଛନ୍ତି ମସ୍କ ।

Advertisment

ସେ କହିଛନ୍ତି, ଆମେରିକା ସରକାରରେ ବିଶେଷ କର୍ମଚାରୀ ଭାବେ ମୋର କାର୍ଯ୍ୟକାଳ ଶେଷ ହୋଇଛି । ଅଯଥା ଖର୍ଚ୍ଚ କମାଇବାକୁ ସୁଯୋଗ ଦେଇଥିବାରୁ ଟ୍ରମ୍ପଙ୍କୁ ଧନ୍ୟବାଦ ଦେବାକୁ ଚାହୁଛି । ସମୟ ସହ ଡିଓଜିଇ ବିଭାଗ ଆହୁରି ଶକ୍ତିଶାଳୀ ହେବ ।

ତେବେ ଟ୍ରମ୍ପ ଦ୍ବିତୀୟଥର ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଏଲନ ମସ୍କଙ୍କୁ ଡିଓଜିଇର ମୁଖ୍ୟ ଭାବେ ନିଯୁକ୍ତ କରିଥିଲେ । ଏହି ବିଭାଗର କାର୍ଯ୍ୟ ଥିଲା ସରକାରୀ ଖର୍ଚ୍ଚ ଅର୍ଥ କମ କରିବା ଏବଂ ଅଯଥା ନିଯୁକ୍ତିକୁ କମାଇବା । ମସ୍କ ଏହି ବିଭାଗର ଦାୟିତ୍ବ ନେବା ପରେ ଅନେକ ବିଭାଗରୁ ଛଟେଇ କରାଯାଇଥିବା ବେଳେ ସରକାରୀ ଖର୍ଚ୍ଚ କାଟ କରାଯାଇଥିଲା । ହେଲେ ଏବେ ଉକ୍ତ ପଦବିକୁ ବାଏ ବାଏ କରିଛନ୍ତି ମସ୍କ । କୁହାଯାଉଛି, ଟ୍ରମ୍ପଙ୍କର ମନଇଚ୍ଛା ନିଷ୍ପତ୍ତି ଏହା ପଛର ବଡ଼ କାରଣ । ଗତ କିଛି ଦିନ ହେବ ଟ୍ରମ୍ପ ଯେଉଁ ନିଷ୍ପତ୍ତି ନେଉଛନ୍ତି ତାହା ବେଶ ବିବାଦୀୟ ହେଉଛି । ଆଉ ଏହି କାରଣରୁ ମସ୍କ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି ବୋଲି ଚର୍ଚ୍ଚା ହେଉଛି ।