କନକବ୍ୟୁରୋ : ଭାରତ ଉପରେ ଟ୍ରମ୍ପ ଶୁଳ୍କର ପ୍ରଭାବ ପଡିବା ଆରମ୍ଭ କରିଛି । ଭାରତ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୫୦% ଶୁଳ୍କ ଲଗାଇବାକୁ ଘୋଷଣା କରିଛନ୍ତି । ଏହା ଫଳରେ ଭାରତ ଉପରେ ଏହାର ଗଭୀର ପ୍ରଭାବ ପଡିବା ଆଶଙ୍କା ସୃଷ୍ଟି ହେଲାଣି । ବିଶେଷକରି କପଡା ରପ୍ତାନୀ ଭୟଙ୍କର ପ୍ରଭାବିତ ହୋଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି । ଆଉ ଦୁଇଦିନ ମଧ୍ୟରେ ଏହାର ପ୍ରଭାବ ବି ଦେଖିବାକୁ ମିଳିଲାଣି ।
ଆମେରିକା ୭ ଅଗଷ୍ଟରୁ ଭାରତ ଉପରେ ୨୫% ଶୁଳ୍କ ଲାଗୁ କରିଛି ଏବଂ ୨୭ ଅଗଷ୍ଟରୁ ୨୫% ଅତିରିକ୍ତ ଶୁଳ୍କ ଲାଗୁ ହେବ ବୋଲି କହିଛି । ଭାରତ ଉପରେ ଏହି ଶୁଳ୍କ ଲାଗୁ ହେବା ସହିତ, ରପ୍ତାନିରେ ହ୍ରାସ ହେବାର ସମ୍ଭାବନା ଅଛି, ଭାରତରୁ ଆମେରିକା ଯାଉଥିବା ସାମଗ୍ରୀର ମୂଲ୍ୟକୁ ମଧ୍ୟ ଏହା ପ୍ରଭାବିତ କରିପାରେ । ଫଳରେ ଆମେରିକାରେ ବିକ୍ରି ହେଉଥିବା ଭାରତୀୟ ଉତ୍ପାଦନ ଗୁଡ଼ିକର ମୂଲ୍ୟବୃଦ୍ଧି ହେବାର ଆଶଙ୍କା ମଧ୍ୟ ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t081934795z-rashu-2025-12-17-13-49-35.jpg)
/kanak/media/media_files/2025/08/10/trump-2025-08-10-16-56-26.jpg)