ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲା: ରିମାଣ୍ଡରେ ଗଲେ ୨ ଅଭିଯୁକ୍ତ ରାମ୍‌ଜୀ ପ୍ରସାଦ ଗୁପ୍ତା ଓ  ସନାତନ ବିଶୋଇ

ପ୍ରଶ୍ନପତ୍ର ଲିକ୍ ଘଟଣାରେ ଏହି ଦୁଇ ଅଧିକାରୀଙ୍କର ଭୂମିକା କ’ଣ ଥିଲା, କିଭଳି ଏହି କାରବାରରେ ସମ୍ପୃକ୍ତ ହେଲେ, ଏଥିପାଇଁ କେତେ କେତେ ଟଙ୍କା ମିଳିଛି ଏବଂ ଆଉ କିଏ କିଏ ସମ୍ପୃକ୍ତ ରହିଛନ୍ତି, ସେନେଇ କ୍ରାଇମବ୍ରାଞ୍ଚ ଜେରା କରିବ।

1

Photograph: (kanak news)

କନକ ବ୍ୟୁରୋ: ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ରିମାଣ୍ଡରେ ଗଲେ ଆଉ ୨ ଅଭିଯୁକ୍ତ। ରାମ୍‌ଜୀ ପ୍ରସାଦ ଗୁପ୍ତା ଏବଂ ସନାତନ ବିଶୋଇ ଆଜି ରିମାଣ୍ଡରେ ଯାଇଛନ୍ତି। କ୍ରାଇମ୍‌ବ୍ରାଞ୍ଚ ଚୌଦ୍ଵାର ଜେଲ୍‌ରୁ ସେମାନଙ୍କୁ ମୁଖ୍ୟାଳୟକୁ ଆଣି ଜେରା କରୁଛି। ପ୍ରଶ୍ନପତ୍ର ଲିକ୍ ଘଟଣାରେ ଏହି ଦୁଇ ଅଧିକାରୀଙ୍କର ଭୂମିକା କ’ଣ ଥିଲା, କିଭଳି ଏହି କାରବାରରେ ସମ୍ପୃକ୍ତ ହେଲେ, ଏଥିପାଇଁ କେତେ କେତେ ଟଙ୍କା ମିଳିଛି ଏବଂ ଆଉ କିଏ କିଏ ସମ୍ପୃକ୍ତ ରହିଛନ୍ତି, ସେନେଇ କ୍ରାଇମବ୍ରାଞ୍ଚ ଜେରା କରିବ। ଏବେ ବି ଓଟିଇଟି ତଦନ୍ତ ପ୍ରକ୍ରିୟା ଜାରି ରହିଛି। କ୍ରାଇମବ୍ରାଞ୍ଚ ପ୍ରଥମ ପର୍ୟ୍ୟାୟରେ ସାଢେ ୩ ଲକ୍ଷ ଟଙ୍କା କାରବାର ହୋଇଥିବା ଜାଣିବାକୁ ପାଇଥିଲା। ରାମ୍‌ଜୀ ଏବଂ ସନାତନଙ୍କୁ ରିମାଣ୍ଡରେ ଆଣିବାକୁ କଟକ ଜେଏମଏଫସି-୩ କୋର୍ଟ କ୍ରାଇମବ୍ରାଞ୍ଚକୁ ଅନୁମତି ଦେଇଛନ୍ତି। ରାମ୍‌ଜୀ ଗୁପ୍ତା କଟକ ବାଦାମବାଡ଼ି ଅଞ୍ଚଳର ଜଣେ ବ୍ୟବସାୟୀ ହୋଇଥିବାବେଳେ ସନାତନ ହେଉଛନ୍ତି କୋରାପୁଟ ଏକ୍ସ- କ୍ୟାଡର ଶିକ୍ଷକ ସଂଘର ସଭାପତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe