ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ : ଏଇମାନେ କରିପାରିବେ ଆବେଦନ

ବହୁ ଦିନରୁ ସ୍ଥଗିତ ଥିବା ସୁଭଦ୍ରା ପୋର୍ଟାଲ ଆଜି ପୁଣି ଖୋଲିବାକୁ ଯାଉଛି । ବୟସ କମ୍‌ ହୋଇଥିବା କାରଣରୁ ଗତଥର ଯେଉଁମାନେ ସୁଭଦ୍ରା ଯୋଜନାରେ ସାମିଲ ହୋଇପାରି ନଥିଲେ

SUBHADRA YOJANA

Photograph: (KANAKNEWS)

କନକବ୍ୟୁରୋ : ବହୁ ଦିନରୁ ସ୍ଥଗିତ ଥିବା ସୁଭଦ୍ରା ପୋର୍ଟାଲ ଆଜିଠାରୁ  ପୁଣି ଖୋଲିବାକୁ ଯାଉଛି । ବୟସ କମ୍‌ ହୋଇଥିବା କାରଣରୁ ଗତଥର ଯେଉଁମାନେ ସୁଭଦ୍ରା ଯୋଜନାରେ ସାମିଲ ହୋଇପାରି ନଥିଲେ, ସେମାନେ ଆସନ୍ତାକାଲିଠାରୁ ଆବେଦନ କରିପାରିବେ । ୨୦୨୫ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ୨୧ ବର୍ଷ ବୟସ ହୋଇଥିବା ମହିଳାମାନେ ସରକାରଙ୍କ ଏହି ଯୋଜନାରେ ସାମିଲ ହେବା ପାଇଁ ଆବେଦନ କରିପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । 

ମହାଗଠବନ୍ଧନ ରାସ୍ତାରେ ଏନଡିଏ । ତେଜସ୍ୱୀଙ୍କ ପ୍ରତି ଘରୁ ସରକାରୀ ଚାକିରିକୁ ଏନଡିଏର ୧ କୋଟି ଚାକିରି ପ୍ରଲୋଭନ, ମାଳ ମାଳ ମାଗଣା ଯୋଜନା, କାହାକୁ ବିଶ୍ୱାସ କରିବେ ବିହାର ଭୋଟର

ଅଧିକ ପଢନ୍ତୁ ..... 

ନୂଆ ଆବେଦନକାରୀମାନେ ଯୋଗ୍ୟ ବିବେଚିତ ହେଲେ ଆସନ୍ତା ମାର୍ଚ୍ଚ ୮ ତାରିଖରେ ସେମାନଙ୍କୁ ସୁଭଦ୍ରା କିସ୍ତି ମିଳିବ। ତେବେ ନୂଆପଡ଼ାରେ ଉପନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବାରୁ ସେଠାରେ ସୁଭଦ୍ରା ପୋର୍ଟାଲ୍‌ ଖୋଲିବ ନାହିଁ। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଧାର୍ଯ୍ୟ ୨୦୨୫ ଏପ୍ରିଲ ପହିଲା ସୁଦ୍ଧା ମହିଳାଙ୍କ ବୟସ ୨୧ ବର୍ଷ କିମ୍ବା ତା’ଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍ ହେବା ଆବଶ୍ୟକ। ତେଣୁ ଆବେଦନକାରୀଙ୍କ ଜନ୍ମ ତାରିଖ ୨ ଏପ୍ରିଲ ୧୯୬୫ଠାରୁ ଏପ୍ରିଲ ପହିଲା ୨୦୦୪ ମଧ୍ୟରେ ହୋଇଥିବା ଉଚିତ । 

ବିବେକଙ୍କ ବଡ଼ ହୃଦୟ : କର୍କଟ ପୀଡ଼ିତଙ୍କୁ ଦାନ କରିବେ ଫିଲ୍ମର ସବୁ ଫି’

ଅଧିକ ପଢନ୍ତୁ .... 

ଏପଟେ ପୂର୍ବରୁ ୧୮ ହଜାର ଟଙ୍କା ବୃତ୍ତି ପାଉଥିଲେ ‘ସୁଭଦ୍ରା’ ପାଇଁ ଅଯୋଗ୍ୟ ହେବେ ଛାତ୍ରୀ ବୋଲି ଘୋଷଣା କରିଥିଲେ ସରକାର । କୌଣସି ଛାତ୍ରୀଙ୍କୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କଠାରୁ ୧୮ ହଜାର କିମ୍ବା ଏହାଠାରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ମିଳୁଛି କି ? ଯଦି ଆପଣ ଏପରି ସରକାରୀ ସହାୟତା ପାଉଥିବେ ତେବେ ସୁଭଦ୍ରା ଯୋଜନାରୁ ବାଦ ପଡ଼ିବେ ।  

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Subscribe