କନକ ବ୍ୟୁରୋ: ଭୂତ ଖାଉଥିଲେ ରାସନ ଚାଉଳ. ଲକ୍ଷେ ୭୭ ହଜାର ୬୮ ମୃତ ହିତାଧିକାରୀ ଚିହ୍ନଟ. ଚାଲୁ ରହିଥିବା କେୱାଇସି ପ୍ରକ୍ରିୟାରୁ ଚିହ୍ନଟ ପରେ  ମୃତ ହିତାଧିକାରୀଙ୍କ ବାବଦରେ ଜଣାପଡିଛି ।  

Advertisment

ବିଧାୟକ ମାନସ କୁମାର ଦତ୍ତଙ୍କ ପ୍ରଶ୍ନର ଉତ୍ତର ଦେବାକୁ ଯାଇ ମନ୍ତ୍ରୀ କହିଛନ୍ତି,  ରାଜ୍ୟରେ ୩ କୋଟି ୩୬ ଲକ୍ଷ ୩୫ ହଜାର ୯୧୮ ଙ୍କ ମଧ୍ୟରୁ ଆଜିଯାଏଁ ୨ କୋଟି ୬୯ ଲକ୍ଷ ୨୩ ହଜାର ୮୩୦ ହିତାଧିକାରୀଙ୍କ କେୱାଇସି ଯାଞ୍ଚ ସାରିଲାଣି.  ଏବେ ବି ୬ ଲକ୍ଷ ୧୯ ହଜାର ୮୩୬ ନୂଆ କାର୍ଡ ପାଇଁ ଆବେଦନ କରି ଅପେକ୍ଷାରେ ଅଛନ୍ତି । ତେବେ ଭୂତ ହିତାଧିକାରୀଙ୍କ ବାବଦରେ ଜଣାପଡିବା ପରେ ପୁରା ତାଲିକାରେ ସଂଶୋଧନ କରାଯିବ । ଭୂତ ହିତାଧିକାରୀଙ୍କ ନାଁକୁ ତାଲିକାରୁ ହଟାଯାଇ ଯେତିକି ସ୍ଥାନ ଖାଲି ହେବ ସେଠାରେ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯିବ । ଏବଂ ସେମାନଙ୍କୁ ଯଥାଶୀଘ୍ର ରାସନ ଯୋଗାଇଦେବାର ବନ୍ଦୋବସ୍ତ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।