କନକ ବ୍ୟୁରୋ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପୂର୍ବରୁ କଡାକଡି ହୋଇଛି ସୁରକ୍ଷାବ୍ୟବସ୍ଥା। ବିମାନବନ୍ଦରରୁ ରାଜଭବନ ପର୍ୟ୍ୟନ୍ତ ରାଷ୍ଟ୍ରପତିଙ୍କ କାରକେଡ ରିହର୍ଲସଲ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଯେପରି କୌଣସି ସମସ୍ୟା ନ ଉପୁଜିବ ସେଥିପାଇଁ ତତ୍ପର ହୋଇ ଉଠିଛି ପୋଲିସ ବିଭାଗ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବ୍ଲୁ ବୁକ୍ ଅନୁସାରେ ସମ୍ପୂର୍ଣ୍ଣ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ତ୍ରି ସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୩ ଜଣ ଡିସିପି ରାଙ୍କର ଅଫିସର, ୧୫ ଜଣ ଆଡିସ୍ନାଲ ରାଙ୍କର ଅଫିସର, ୪୫ ଏସିପି ରାଙ୍କର ଅଫିସର, ୨୦୦ ଜଣ ଇନ୍ସପେକ୍ଟର ଓ ସବ୍ ଇନ୍ସପେକ୍ଟର ରାଙ୍କର ଅଫିସର ଦାୟିତ୍ୱରେ ରହିବେ। ଟ୍ରାଫିକର ସୁପରିଚାଳନା ପାଇଁ ୪୦ ପ୍ଲାଟୁନରୁ ଅଧିକ ଫୋର୍ସ ମୁତୟନ ହେବେ ବୋଲି କହିଛନ୍ତି ଭୁବନେଶ୍ବର ଡିସିପି ପିନାକ ମିଶ୍ର।
ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପାଇଁ ଅଭୁତପୂର୍ବ ସୁରକ୍ଷା ବ୍ୟବସ୍ଥା: ବିମାନବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ହେଲା କାରକେଡ୍ ରିହର୍ସାଲ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପୂର୍ବରୁ କଡାକଡି ହୋଇଛି ସୁରକ୍ଷାବ୍ୟବସ୍ଥା। ବିମାନବନ୍ଦରରୁ ରାଜଭବନ ପର୍ୟ୍ୟନ୍ତ ରାଷ୍ଟ୍ରପତିଙ୍କ କାରକେଡ ରିହର୍ଲସଲ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଯେପରି କୌଣସି ସମସ୍ୟା ନ ଉପୁଜିବ ସେଥିପାଇଁ ତତ୍ପର ହୋଇ ଉଠିଛି ପୋଲିସ ବିଭାଗ।
/kanak/media/media_files/2024/12/02/xAPirEMURKisyuhPgenr.jpg)