କନକ ବ୍ୟୁରୋ : ଚରମ ସୀମାରେ ପହଞ୍ଚିଲା ଚୀନ୍ , ଆମେରିକାର ବାଣିଜ୍ୟ ଯୁଦ୍ଧ। ଡ୍ରାଗନ୍ ବିରୋଧରେ ୧୦୦% ଅତିରିକ୍ତ ଶୁଳ୍କ ଲାଗୁ କରିବାକୁ ଘୋଷଣା କଲେ ଡୋନାଲ୍ଡ ଟ୍ରମ୍ପ୍ । ସମସ୍ତ ଚୀନ୍ ଆମଦାନୀ ଉପରେ ଅତିରିକ୍ତ ଶୁଳ୍କ ଲାଗୁ କରିବାକୁ ସେ ଘୋଷଣା କରିଛନ୍ତି । ଏଥିସହିତ ସେ ଆମେରିକାରେ ନିର୍ମିତ ଗୁରୁତ୍ୱପୂର୍ଣ୍ଣ ସଫ୍ଟୱେର୍ ଉପରେ ରପ୍ତାନି ନିୟନ୍ତ୍ରଣ ଘୋଷଣା ମଧ୍ୟ କରିଛନ୍ତି । ଟ୍ରମ୍ପ୍ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ ଏକ ପୋଷ୍ଟରେ ଚୀନ୍ ଉପରେ ବର୍ଷିଛନ୍ତି । ଚୀନ୍ ଏକ ଅସାଧାରଣ ଭାବରେ ଆକ୍ରମଣାତ୍ମକ ବାଣିଜ୍ୟ ମନୋଭାବ ଗ୍ରହଣ କରିଛି, ଯାହା ସମସ୍ତ ଦେଶକୁ ପ୍ରଭାବିତ କରିବ ବୋଲି ଟ୍ରମ୍ପ୍ କହିଛନ୍ତି । ସେ ଦାବି କରିଛନ୍ତି ଯେ ଚୀନ୍ ଏହାର ଅଧିକାଂଶ ଉତ୍ପାଦ ଉପରେ ରପ୍ତାନି କଟକଣା ଲାଗୁ କରିବାକୁ ଯୋଜନା କରୁଛି, ଯାହା ବିଶ୍ୱ ବଜାରରେ ଅସନ୍ତୁଳନ ସୃଷ୍ଟି କରୁଛି । ଜବାବରେ ଟ୍ରମ୍ପ୍ କହିଛନ୍ତି ଯେ ଆମେରିକା ଏବେ ସମାନ କଠୋର ପଦକ୍ଷେପ ନେବ । ନଭେମ୍ବରରେ ଚୀନ୍ ଉପରେ ୧୦୦% ଅତିରିକ୍ତ ଶୁଳ୍କ ଲାଗୁ କରାଯିବା ନେଇ ଟ୍ରମ୍ପ୍ ଘୋଷଣା କରିଛନ୍ତି ।
ଆମେରିକା - ଚୀନ୍ ମଧ୍ୟରେ ଟ୍ରେଡ୍ ୱାର୍ : ବନ୍ଦର ଉପରେ ବେଜିଂ କଟକଣା ଲଗାଇବା ପରେ ରାଗରେ ନିଆଁବାଣ ଟ୍ରମ୍ପ୍
ଟ୍ରମ୍ପ୍ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ ଏକ ପୋଷ୍ଟରେ ଚୀନ୍ ଉପରେ ବର୍ଷିଛନ୍ତି । ଚୀନ୍ ଏକ ଅସାଧାରଣ ଭାବରେ ଆକ୍ରମଣାତ୍ମକ ବାଣିଜ୍ୟ ମନୋଭାବ ଗ୍ରହଣ କରିଛି, ଯାହା ସମସ୍ତ ଦେଶକୁ ପ୍ରଭାବିତ କରିବ ବୋଲି ଟ୍ରମ୍ପ୍ କହିଛନ୍ତି ।
/kanak/media/media_files/2025/10/11/china-2025-10-11-08-48-17.jpg)