କନକ ବ୍ୟୁରୋ : ଉତ୍କଳ ସଂଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ଘଟଣା । ସମ୍ପୃକ୍ତ ଡ୍ରାମା ବିଭାଗର ଅଧ୍ୟାପକ ବହିଷ୍କୃତ । ଛାତ୍ରୀଙ୍କ ଅଭିଯୋଗ ଆଧାରରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ସଙ୍ଗୀତ ମହାବିଦ୍ୟାଳୟ ପ୍ରିନ୍ସିପାଲ । ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ପରେ ଜୋରଦାର ହଙ୍ଗାମା ହୋଇଥିଲା । କ୍ୟାମ୍ପସରେ ଉତ୍ତେଜନା ପ୍ରକାଶ ପାଇବା ସହ ରାଜରାସ୍ତା ଘେରିଥିଲେ ଛାତ୍ରଛାତ୍ରୀ ।
ଡ୍ରାମା ବିଭାଗର ଅଧ୍ୟାପକଙ୍କ ବିରୋଧରେ ଅଭିଯୋଗ ପରେ, ମହାବିଦ୍ୟାଳୟ ଅଧ୍ୟକ୍ଷ ଛାତ୍ରଛାତ୍ରୀଙ୍କୁ ବୁଝାସୁଝା କରିବାକୁ ଚେଷ୍ଟା କରିଥିଲେ । ସମ୍ପୃକ୍ତ ଅଧ୍ୟାପକଙ୍କୁ ନିଲମ୍ୱନ ଓ ଗିରଫ ଦାବିରେ ଅଡ଼ି ବସିଥିଲେ ଛାତ୍ରଛାତ୍ରୀ । ସଂସ୍କୃତି ବିଭାଗର ୩ ଜଣିଆ ଟିମ କଲେଜରେ ପହଞ୍ଚିଥିଲେ । ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଦେବ ପ୍ରସାଦ ଦାଶ ସଙ୍ଗୀତ ମହାବିଦ୍ୟାଳୟରେ ପହଞ୍ଚି ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ । ଶେଷରେ ସମ୍ପୃକ୍ତ ଅଧ୍ୟାପକଙ୍କୁ ବହିଷ୍କାର କରାଯାଇଛି ।
ଅଧିକ ପଢ଼ନ୍ତୁ : ଥାନା ଭିତରେ ମାରପିଟ୍; ହାତାହାତି ହୋଇ ବଦଳିଲେ ଥାନା ଅଧିକାରୀ ଏବଂ ଏଏସ୍ଆଇ
ଭୁବନେଶ୍ୱରସ୍ଥିତ ଉତ୍କଳ ସଂଗୀତ ମହାବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ହୋଇଥିଲା । ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ପରେ ଜୋରଦାର ହଙ୍ଗାମା ହୋଇଥିଲା । କ୍ୟାମ୍ପସରେ ଉତ୍ତେଜନା ପ୍ରକାଶ ପାଇବା ସହ ରାଜରାସ୍ତା ଘେରିଲେ ଛାତ୍ରଛାତ୍ରୀ । ଡ୍ରାମା ବିଭାଗର ଅଧ୍ୟାପକଙ୍କ ବିରୋଧରେ ଅଭିଯୋଗ ପରେ, ମହାବିଦ୍ୟାଳୟ ଅଧ୍ୟକ୍ଷ ଛାତ୍ରଛାତ୍ରୀଙ୍କୁ ବୁଝାସୁଝା କରିବାକୁ ଚେଷ୍ଟା କରିଥିଲେ । ସମ୍ପୃକ୍ତ ଅଧ୍ୟାପକଙ୍କୁ ନିଲମ୍ୱନ ଓ ଗିରଫ ଦାବିରେ ଅଡ଼ି ବସିଥିଲେ ଛାତ୍ରଛାତ୍ରୀ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)
/kanak/media/media_files/2025/12/04/utkal-sangeet-mahavidyalaya-2025-12-04-17-08-09.jpg)