କନକ ବ୍ୟୁରୋ: ଅଣଛାତ୍ର ମୁକ୍ତ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ । ଆଜି ଉତ୍କଳ ବିଶ୍ଵବିଦ୍ୟାଳୟ ଛାତ୍ରାବାସ ଗୁଡ଼ିକ ଉପରେ ରେଡ୍ କରିବ କମିସନରେଟ୍ ପୁଲିସ । ଦିନ ୧୦.୩୦ମିନିଟ୍ ପରଠୁ ବିଭିନ୍ନ ହଷ୍ଟେଲରେ ଛାପା ମାରିବା ଆରମ୍ଭ କରିଛି । ଉତ୍କଳ ୟୁନିଭର୍ସିଟି ହଷ୍ଟେଲ ୧, ୨, ୩ ଓ ୫ ହଷ୍ଟେଲରୁ ବିଦା ହେବେ ଅଣଛାତ୍ର । ପୁଲିସ ଅଧିକାରୀଙ୍କ ସହ ବିଶ୍ଵବିଦ୍ୟାଳୟର ବରିଷ୍ଠ ଅଧିକାରୀ ମଧ୍ୟ ରେଡ୍ରେ ସାମିଲ ରହିବେ । ଆଜି ଦିନ ୧.୩୦ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟର ସମସ୍ତ କ୍ଲାସକୁ ରଦ୍ଦ କରିଛନ୍ତି ପିଜି କାଉନ୍ସିଲ୍ । ଅଣଛାତ୍ରଙ୍କୁ ବାହାର କରିବାକୁ ୟୁନିଭର୍ସିଟି କ୍ୟାମ୍ପସ୍ ଭିତରେ ଏକକାଳୀନ ଭାବେ ୩ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ୫ ଜଣ ACP, ୪ ଜଣ IIC ଓ ୧୩ SI ଅଧିକାରୀଙ୍କ ନେତୃତ୍ୱରେ ଚଢ଼ଉ ହେବ । ଜୋନ୍ ୫ ACP ବିଶ୍ବରଂଜନ ସେନାପତି କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ ଭାବେ କାର୍ଯ୍ୟ କରିବେ । ସମ୍ପୂର୍ଣ୍ଣ ସୁରକ୍ଷା ଦୟିତ୍ୱକୁ ତୁଲାଇବେ ବରିଷ୍ଠ ପୁଲିସ ଅଧିକାରୀ ଅନୁପ କାନୁନଗୋ ।
ଆଜି ବାଣୀବିହାର କ୍ୟାମ୍ପସ୍ରୁ ବାହାରିବେ ଅଣଛାତ୍ର, ଆରମ୍ଭ ହୋଇଗଲା ପୁଲିସ ରେଡ୍
ଅଣଛାତ୍ରଙ୍କୁ ବାହାର କରିବାକୁ ୟୁନିଭର୍ସିଟି କ୍ୟାମ୍ପସ୍ ଭିତରେ ଏକକାଳୀନ ଭାବେ ୩ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ୫ ଜଣ ACP, ୪ ଜଣ IIC ଓ ୧୩ SI ଅଧିକାରୀଙ୍କ ନେତୃତ୍ୱରେ ଚଢ଼ଉ ହେବ ।
/kanak/media/media_files/2025/09/08/27-utkal-university-2025-09-08-10-53-28.jpg)