କନକବ୍ୟୁରୋ : ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍ ଉପରେ ଆଜି ସକାଳୁ ଘଟିଥିବା ହତ୍ୟାକାଣ୍ଡରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି । ଏମାନଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଆଜି ସନ୍ଧ୍ୟାରେ ଗିରଫ କରିବାରେ ସଫଳ ହୋଇଛି କମିଶନରେଟ୍ ପୋଲିସ । ଗିରଫ ଅଭିଯୁକ୍ତମାନେ କେଦାରପଲ୍ଲୀ ବସ୍ତି ବାସ୍ତିନ୍ଦା ବୋଲି ଜଣାପଡିଛି । ଏମାନେ ପୂର୍ବରୁ ଜେଲ୍ ଯାଇଥିଲେ । ବ୍ରାଉନ୍ସୁଗାର ବ୍ୟବସାୟ ଏବଂ ପୂର୍ବ ଶତୃତାକୁ ନେଇ ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି । ଯେଉଁ କାରଣରୁ ଏହି ହତ୍ୟା କାଣ୍ଡ ଯୋଜନାବଦ୍ଧ ଥିଲା ବୋଲି ଜଣାପଡ଼ିଛି ।
ରାଜଧାନୀରେ ବିଭତ୍ସ ହତ୍ୟା : ଗିରଫ ହେଲେ ତିନି ଅଭିଯୁକ୍ତ
ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍ ଉପରେ ଆଜି ସକାଳୁ ଘଟିଥିବା ହତ୍ୟାକାଣ୍ଡରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି । ଏମାନଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଆଜି ସନ୍ଧ୍ୟାରେ ଗିରଫ କରିବାରେ ସଫଳ ହୋଇଛି କମିଶନରେଟ୍ ପୋଲିସ ।
/kanak/media/media_files/2025/01/08/tQv5LusDLQsLMsc11DZB.jpg)