କନକ ବ୍ୟୁରୋ: ସୁପ୍ରିମକୋର୍ଟଙ୍କ ବଡ଼ ରାୟ। ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଅର୍ଥାତ୍ ୧୮ବର୍ଷରୁ କମ୍ ବୟସ୍କଙ୍କୁ ଅଶ୍ଳୀଳ ଭାବେ ଚିତ୍ରଣ କରିବା ଅପରାଧ। ସେମାନଙ୍କ ନ୍ୟୁଡ୍ କଣ୍ଟେଣ୍ଟକୁ ଇଲେକ୍ଟ୍ରୋନିକ୍ସ କିମ୍ୱା ଅନ୍ୟ କୌଣସି ଫର୍ମାଟରେ ପ୍ରକାଶ କରିବା ଏବଂ ଏହାକୁ ଅନ୍ୟମାନଙ୍କୁ ପଠାଇବା ଅପରାଧ ଭାବରେ ବିବେଚନା କରାଯିବ।
- ପିଲାଙ୍କ ସହ ଜଡିତ ଅଶ୍ଳୀଳ କଣ୍ଟେଣ୍ଟ ଦେଖିବା, ପ୍ରକାଶିତ କରିବା କିମ୍ବା ଏହାକୁ ଡାଉନ୍ଲୋଡ୍ କରିବା ଦଣ୍ଡନୀୟ ଅପରାଧ
- ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଡାଉନଲୋଡ୍ କରିବା କିମ୍ବା ଦେଖିବା POCSO ଅଧିନିୟମ ଅନୁଯାୟୀ ଅପରାଧ ଅଟେ
- ସିଜେଆଇ ଡିଓ୍ୱାଇ ଚନ୍ଦ୍ରଚୂଡ୍, ଜଷ୍ଟିସ୍ ଜେ.ବି ପାରଡିୱାଲା ଏବଂ ଜଷ୍ଟିସ୍ ମନୋଜ ମିଶ୍ରଙ୍କ ବେଞ୍ଚ ଏହି ନିଷ୍ପତ୍ତି ଶୁଣାଇନ୍ତି
- ଏହି ରାୟ ଦେବାବେଳେ ସୁପ୍ରିମକୋର୍ଟ ମାଡ୍ରାସ ହାଇକୋର୍ଟ ନିଷ୍ପତ୍ତିକୁ ମଧ୍ୟ ରଦ୍ଦ କରି ଦେଇଛନ୍ତି
- ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଡାଉନଲୋଡ୍ କରିବା କିମ୍ବା ଦେଖିବା POCSO ଅଧିନିୟମ ଅନୁଯାୟୀ ଅପରାଧ
ଚାଇଲ୍ଡ ପର୍ଣ୍ଣୋଗ୍ରାଫି ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୦୧୯ ମସିହାରେ POCSO ଆକ୍ଟରେ ପରିବର୍ତ୍ତନ କରିଥିଲେ।
- ଧାରା ୧୪ ଏବଂ ୧୫ ଅନୁଯାୟୀ, ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଡାଉନଲୋଡ୍ କରିବା, ସେୟାର କରିବା ଓ ଦେଖିବା ତାଙ୍କୁ ୩ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡର ବିଧାନ ରହିଛି
- ଜରିମାନା କିମ୍ବା ଉଭୟ ଦଣ୍ଡରେ ଦଣ୍ଡିତ କରାଯାଇପାରେ
- ଏହା ବ୍ୟତୀତ, ଯଦି ଜଣେ ବ୍ୟକ୍ତି ବ୍ୟବସାୟିକ ଉଦ୍ଦେଶ୍ୟ ପାଇଁ ଚାଇଲ୍ଡ ପର୍ଣ୍ଣୋଗ୍ରାଫି ରଖିବ, ତେବେ ଅତି କମ୍ରେ ୩ବର୍ଷ ଜେଲ ବା ଜରିମାନା କିମ୍ବା ଉଭୟ ଦଣ୍ଡବିଧାନର ବ୍ୟବସ୍ଥା ଅଛି
- ଯଦି ଦ୍ୱିତୀୟ ଥର ପାଇଁ ସେହି ବ୍ୟକ୍ତି ଏପରି କରନ୍ତି ତେବେ ଏହି ଦଣ୍ଡାଦେଶକୁ ୫ରୁ ୭ବର୍ଷକୁ ବୃଦ୍ଧି କରାଯାଇପାରେ
ସୂଚନା ପ୍ରଯୁକ୍ତିବିଦ୍ୟା ଅଧିନିୟମ ୨୦୦୦ରେ ପର୍ଣ୍ଣ ଭିଡିଓ ତିଆରି, ପ୍ରକାଶନ ଏବଂ ପ୍ରସାରଣ ଉପରେ ନିଷେଧାଦେଶ ରହିଛି। ସୂଚନା ପ୍ରଯୁକ୍ତିବିଦ୍ୟା ଅଧିନିୟମ ୨୦୦୦ର ଧାରା ୧୭ ଏବଂ ୬୭ଏ ରେ ମଧ୍ୟ ୩ବର୍ଷ ଜେଲ୍ ସହିତ ଏହି ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନାର ବ୍ୟବସ୍ଥା ରହିଛି। ସୁପ୍ରିକୋର୍ଟ କେନ୍ଦ୍ର ସରକାରଙ୍କୁ ପରାମର୍ଶ ଦେଇଛନ୍ତି ଯେ, ପୋକ୍ସୋ ଆକ୍ଟରେ ପରିବର୍ତ୍ତନ କରି ଚାଇଲ୍ଡ ପର୍ଣ୍ଣୋଗ୍ରାଫି ଶବ୍ଦ ସ୍ଥାନରେ ଚାଇଲ୍ଡ ସେସ୍କୁଆଲି ଆବ୍ୟୁସିଭ ଆଣ୍ଡ ଏକ୍ପପ୍ଲୋଇଟେଟିଭ ମ୍ୟାଟେରିଆଲ ବା CSAEM ଲେଖାଯାଉ।
ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡଙ୍କ ଅଧ୍ୟକ୍ଷତା କରୁଥିବା ବେଞ୍ଚର ସଦସ୍ୟ ଜଷ୍ଟିଶ ଜେ ବି ପାରଡିଓ୍ବାଲା ୨୦୦ ପୃଷ୍ଠାର ଏହି ରାୟ ଲେଖିଛନ୍ତି। ସେ କହିଛନ୍ତି, ଯେ ଯେପର୍ଯ୍ୟନ୍ତ ପୋକ୍ସୋ ଆଇନରେ ପରିବର୍ତ୍ତନ ସଂସଦରେ ଅନୁମୋଦନ ନହୁଏ ସେପର୍ଯ୍ୟନ୍ତ ଏକ ନିୟମ ଆଣିବା ଉଚିତ୍। ସୁପ୍ରିମକୋର୍ଟ ମଧ୍ୟ ଦେଶର ଅଦାଲତମାନଙ୍କୁ ସେମାନଙ୍କ ନିର୍ଦ୍ଦେଶରେ CSAEM ଲେଖିବାକୁ ପରାମର୍ଶ ଦେଇଛନ୍ତି।
ନିକଟରେ ମାଡ୍ରାସ ହାଇକୋର୍ଟ ମୋବାଇଲ୍ ଫୋନରେ ଶିଶୁ ଅଶ୍ଳୀଳ ବିଷୟବସ୍ତୁ ରଖିଥିବା ଅଭିଯୋଗ ହୋଇଥିବା ବ୍ୟକ୍ତିଙ୍କ ବିରୋଧରେ ଚାଲିଥିବା ମାମଲାକୁ ବାତିଲ କରିଦେଇଥିଲେ। କେବଳ ଶିଶୁ ଅଶ୍ଳୀଳତା ଡାଉନଲୋଡ୍ କରିବା ଏବଂ ଦେଖିବା POCSO ଆକ୍ଟ ଅନୁଯାୟୀ ଅପରାଧ ନୁହେଁ ବୋଲି ଏଥିରେ ଦର୍ଶାଯାଇଥିଲା। ମାଡ୍ରାସ ହାଇକୋର୍ଟଙ୍କ ଏହି ରାୟ ଆସିବା ପରେ ଶିଶୁ ଅଧିକାର ପାଇଁ କାର୍ଯ୍ୟ କରୁଥିବା ଅନେକ ସଂଗଠନ ଏହାକୁ ବିରୋଧ କରି ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲେ। ଏହି ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ବଡ଼ ରାୟ ଶୁଣାଇଛନ୍ତି।