ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଚଢାଉ ।

Advertisment

ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଏକାକାଳୀନ ୧୦ଟି ସ୍ଥାନରେ ଚାଲିଛି ଚଢଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି ।

vigilance raid

କନକ ବ୍ୟୁରୋ : ମୁଖ୍ୟଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ । ଏକାକାଳୀନ ୧୦ଟି ସ୍ଥାନରେ ଚାଲିଛି ଚଢଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀ କୈଳାଶ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି । କୈଳାଶଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ଚଢାଉ ଚାଲିଛି । ଭୁବନେଶ୍ବର, ପୁରୀ, କଟକ, ଯାଜପୁର, କେନ୍ଦୁଝର ସମେତ ୧୦ଟି ସ୍ଥାନରେ ରେଡ୍ କରାଯାଉଛି । ଏହାସହ କୈଳାଶଙ୍କ ସମ୍ପର୍କୀୟଙ୍କ ଘରେ ବି ଚଢାଉ କରିଛି ଭିଜିଲାନ୍ସ । ବର୍ତ୍ତମାନ ସୁଦ୍ଧା, କୈଳାଶଙ୍କ ୩୬ଟି ପ୍ଲଟ୍, ୩ଟି ଫ୍ଲାଟ୍ ଓ ଯାଜପୁରର କୋରେଇଠାରେ ଏକ ତିନି ମହଲା କୋଠା ସହ ଏକ ଡଷ୍ଟର ଗାଡ଼ି ଥିବା ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe