ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ, ୯ଟି ସ୍ଥାନରେ ରେଡ୍

Advertisment

ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ । ଆୟଠୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗରେ ରାମଚନ୍ଦ୍ର ଶତପଥୀଙ୍କ ୯ଟି ସ୍ଥାନରେ ରେଡ୍ । ଭବାନୀପାଟଣାର ଦୁଇ ଝିଅଙ୍କ ଘରେ ମଧ୍ୟ ଚଢାଉ କରୁଛି ଭିଜିଲାନ୍ସ ।

ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ । ଆୟଠୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗରେ ରାମଚନ୍ଦ୍ର ଶତପଥୀଙ୍କ ୯ଟି ସ୍ଥାନରେ ରେଡ୍ । ଭବାନୀପାଟଣାର ଦୁଇ ଝିଅଙ୍କ ଘରେ ମଧ୍ୟ ଚଢାଉ କରୁଛି ଭିଜିଲାନ୍ସ ।

18-Vigilance

କନକ ବ୍ୟୁରୋ: ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମ ଚନ୍ଦ୍ର ଶତପଥୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି । ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ମୋଟ ୯ଟି ଜାଗାରେ ଚାଲିଛି ଭିଜିଲାନ୍ସ ରେଡ୍ । ଢେଙ୍କାନାଳ ସମେତ, ଅନୁଗୁଳ, କଟକ ଓ ଭବାନୀପାଟଣାର ୯ ଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ଆଠମଲ୍ଲିକ ବ୍ଲକରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି ରାମଚନ୍ଦ୍ର ଶତପଥୀ । ସେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ସନ୍ଦେହ ହେବା ପରେ ଆଜି ତାଙ୍କ କାର୍ଯ୍ୟାଳୟ ସହ ରାଜ୍ୟର ବିଭିନ୍ନ ସ୍ଥାନରେ ତାଙ୍କ ବାସ ଭବନ ଉପରେ ଏକକାଳୀନ ଚଢ଼ାଉ ଆରମ୍ଭ କରିଥିଲା । ଏହି କ୍ରମରେ   ଢେଙ୍କାନାଳ ସହର ଗାୟତ୍ରୀ ନଗରସ୍ଥିତ ବାସଭବନ, ଆଠମଲ୍ଲିକ ବ୍ଲକ କାର୍ଯ୍ୟାଳୟ, ସରକାରୀ ବାସଭବନ, ଢେଙ୍କାନାଳ ସଦର ବ୍ଲକ ବଣସିଂହସ୍ଥିତ ପୈତୃକ ଘର ଓ କଟକରେ ରେଡ୍ ଚାଲିଛି । 


ଏଥିସହ ଭବାନୀପାଟଣାର ଧର୍ମଗଡ ଓ ଜୁନାଗଡ଼ରେ ଥିବା ଦୁଇ ଝିଅଙ୍କ ଘରେ ବି ରେଡ୍ ଚଳାଇଛି ଭିଜିଲାନ୍ସ ଟିମ୍ । ଅଧିକ ତଦନ୍ତ ପାଇଁ ରାମଚନ୍ଦ୍ର ଶତପଥୀଙ୍କୁ ଢେଙ୍କାନାଳରୁ ଆଠମଲ୍ଲିକ ନେଇଛି ଭିଜିଲାନ୍ସ ଟିମ୍‌ । ସମୁଦାୟ ୯ଟି ଟିମ ଏକା ସହିତ ଚଢ଼ାଉ କରୁଛନ୍ତି, ରାମଚନ୍ଦ୍ରଙ୍କର ପ୍ରାୟ ୧୯ରୁ ଅଧିକ ଜାଗା ଥିବାର ସୂଚନା ମିଳିଛି । ଏହାସହ ଅନ୍ୟାନ୍ୟ ସମ୍ପତ୍ତି ବାବଦରେ ଖୋଳତାଡ଼ କରୁଛନ୍ତି ଭିଜିଲାନ୍ସ ଅଧିକାରୀ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe