କନକ ବ୍ୟୁରୋ : ତାମିଲନାଡୁ କରୁରରେ ଦଳଚକଟାରେ ମୃତ୍ୟସଂଖ୍ୟା ୩୯ ରେ ପହଞ୍ଚିଛି । ଟିଭିକେ ନେତା ତଥା ତାମିଲ ସୁପରଷ୍ଟାର ବିଜୟ ଥାଲାପତିଙ୍କ ରାଲିରେ ଏହି ଦଳାଚକଟା ହୋଇଛି  । ୩୯ ଜଣ ମୃତକଙ୍କ ମଧ୍ୟରେ ୧୦ ଛୋଟ ପିଲା, ୧୬ ମହିଳା ଅଛନ୍ତି । ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଷ୍ଟାଲିନ । ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ତାମିଲନାଡୁ ସରକାର ନିର୍ଦ୍ଦେଶ ଦେଇଛି । ଆଜି କରୁର ଗସ୍ତ କରିବେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ବିଜୟଙ୍କ ସଭାରେ ଆବଶ୍ୟକ ଠାରୁ ଅଧିକ ସଂଖ୍ୟକ ଲୋକ ଭିଡ଼ ହେବାରୁ ଏଭଳି ଅଘଟଣ ହୋଇଛି । ବିଜୟଙ୍କ ରାଲିରେ ୧୦ ହଜାର ଲୋକଙ୍କ ପାଇଁ ଅନୁମତି ମିଳିଥିଲା । ହେଲେ ପ୍ରାୟ ୫୦ ହଜାର ଲୋକ ଯୋଗ ଦେଇଥିଲେ । ରାଲି ପାଇଁ ଲୋକମାନେ ଅପେକ୍ଷା କରିଥିବା ବେଳେ ବିଜୟ ପହଞ୍ଚିବାରେ ବିଳମ୍ବ ହୋଇଥିଲା । ସଭାସ୍ଥଳରେ ପ୍ରାୟ ୬ଘଣ୍ଟା ବିଳମ୍ବରେ ପହଞ୍ଚିଥିଲେ ବିଜୟ । ସଭାସ୍ଥଳରେ ଭାଷଣ ଦେଉଥିବା ବେଳେ ହୋଇଥିଲା ଦଳାଚକଟା । ଦଳାଚକଟା ଅଘଟଣ ପାଇଁ ବିଜୟ ଭାଷଣ ବନ୍ଦ କରି ସହାୟତା ପାଇଁ ଅପିଲ କରିଥିଲେ । କାର୍ଯ୍ୟକର୍ତ୍ତାଙ୍କୁ ପାଣି ଯୋଗାଇବା ସହ ଆମ୍ବୁଲାନ୍ସକୁ ବାଟ ଛାଡ଼ିବାକୁ କହିଥିଲେ ବିଜୟ । ପ୍ରାୟ ୫୦ ଜଣ ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୁଲିସ ଭିଡ଼କୁ ନିୟନ୍ତ୍ରଣ କରିଥିବା ବେଳେ ଉଦ୍ଧାରକାର୍ଯ୍ୟକୁ ତ୍ବରାନ୍ବିତ କରାଯାଇଛି । ଅନ୍ୟ ଜିଲ୍ଲାରୁ ଡାକ୍ତର ଓ ମେଡିକାଲ ଷ୍ଟାଫଙ୍କୁ ତୁରନ୍ତ କରୁର ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି । 

Advertisment

କେମିତି ଘଟିଲା ଅଘଟଣ?  

ବିଜୟଙ୍କ ସଭାରେ ଆବଶ୍ୟକ ଠାରୁ ଅଧିକ ସଂଖ୍ୟକ ଲୋକ ଭିଡ଼ ହୋଇଥିଲା
ରାଲିରେ ୧୦ ହଜାର ଲୋକଙ୍କ ପାଇଁ ଅନୁମତି ମିଳିଥିଲା
ହେଲେ ପ୍ରାୟ ୫୦ ହଜାର ଲୋକ ରାଲିରେ ଯୋଗ ଦେଇଥିଲେ
ଲୋକମାନେ ଅପେକ୍ଷା କରିଥିବା ବେଳେ ବିଜୟ ପହଞ୍ଚିବାରେ ବିଳମ୍ବ ହୋଇଥିଲା
ସଭାସ୍ଥଳରେ ପ୍ରାୟ ୬ଘଣ୍ଟା ବିଳମ୍ବରେ ପହଞ୍ଚିଥିଲେ ବିଜୟ
ଭାଷଣ ଦେଉଥିବା ବେଳେ ହୋଇଥିଲା ଦଳାଚକଟା
ଦଳାଚକଟା ହେବାରୁ ଭାଷଣ ବନ୍ଦ କରି ସହାୟତା ପାଇଁ ଅପିଲ କରିଥିଲେ ବିଜୟ
କାର୍ଯ୍ୟକର୍ତ୍ତାଙ୍କୁ ପାଣି ଯୋଗାଇବା ସହ ଆମ୍ବୁଲାନ୍ସକୁ ବାଟ ଛାଡ଼ିବାକୁ କହିଥିଲେ ବିଜୟ
ପ୍ରାୟ ୫୦ ଜଣ ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି

ଦଳାଚକଟାରେ ୩୯ ମୃତ 

ତାମିଲନାଡୁ କରୁରରେ ଦଳଚକଟାରେ ମୃତ୍ୟୁସଂଖ୍ୟା ୩୯ରେ ପହଞ୍ଚିଛି
ଟିଭିକେ ନେତା ତଥା ତାମିଲ ସୁପରଷ୍ଟାର ବିଜୟଙ୍କ ରାଲିରେ ଦଳାଚକଟା
୩୯ ଜଣ ମୃତକଙ୍କ ମଧ୍ୟରେ ୧୦ ଛୋଟ ପିଲା, ୧୬ ମହିଳା ଅଛନ୍ତି
ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଦେଲେ ମୁଖ୍ୟମନ୍ତ୍ରୀ ଷ୍ଟାଲିନ
ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଦୁଃଖପ୍ରକାଶ 
ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ତାମିଲନାଡୁ ସରକାର ନିର୍ଦ୍ଦେଶ ଦେଇଛନ୍ତି 
ଆଜି କରୁର ଗସ୍ତ କରିବେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ
୨୦୨୪ ଫେବ୍ରୁଆରୀ ୨ରେ ନିଜ ରାଜନୈତିକ ଦଳ ପ୍ରତିଷ୍ଠା କରିଥିଲେ ବିଜୟ
ବିଜୟ ନିଜେ ଟିଭିକେ ଦଳର ସଭାପତି ରହିଛନ୍ତି
୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନ ହେବାର ଅଛି
ଏହାପୂର୍ବରୁ ରାଲି ଜରିଆରେ ନିଜ ପାଇଁ ସମର୍ଥନ ଗୋଟାଇବାରେ ଲାଗିଛନ୍ତି ବିଜୟ