କନକ ବ୍ୟୁରୋ : ପଛକୁ ପଛ ଲଘୁଚାପ । ଆସୁଛି ଆଉ ଏକ ଲଘୁଚାପ । ୪୮ ଘଣ୍ଟାରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ୨୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବା ବେଳେ ଏହା ଅଧିକ ଘନୀଭୂତ ହୋଇ ୪୮ ଘଣ୍ଟାରେ ଲଘୁଚାପର ରୂପ ନେବ । ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ରାଜ୍ୟରେ ୨୪ ଘଣ୍ଟାରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଯାଜପୁର, ଜଗତସିଂହପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ, ମୟୁରଭଞ୍ଜ, କେନ୍ଦୁଝର, ରାୟଗଡ଼ା,ଗଜପତି ଓ କୋରାପୁଟରେ ବର୍ଷା ହେବ । ୧୦ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଆସନ୍ତାକାଲି ସାରା ରାଜ୍ୟରେ ବର୍ଷା ସହ ରାୟଗଡ଼ା ଓ ଗଜପତିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ପଛକୁ ପଛ ଆସୁଛି ଲଘୁଚାପ : ଆସନ୍ତାକାଲିଠୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆକଳନ , ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ
୪୮ ଘଣ୍ଟାରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ ୨୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।
/kanak/media/media_files/2025/08/25/laghuchapa-2025-08-25-17-53-41.jpg)