କନକ ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ୨୬ ତାରିଖ ଯାଏଁ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏହାସହ ଆସନ୍ତା ୨୪ ଘଣ୍ଟା ଭିତରେ ବିଜୁଳି ଘଡଘଡି ସହ ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଜି ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି।
କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡା, ବରଗଡ଼କୁ ୟେଲୋ ୱାର୍ଣ୍ଣିଂ। ଆସନ୍ତାକାଲି ପାଇଁ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବିଶେଷକରି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ ଘଡଘହି ସହ ବର୍ଷା ହେବାକୁ ଥିବାରୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ପ୍ରଭାବରେ କିଛି ସ୍ଥାନରେ ଘଡଘଡି ସହିତ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/W7xvxruSoACshnw8yhWJ.jpg)