କନକ ବ୍ୟୁରୋ: ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ, ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Advertisment

ଆସନ୍ତାକାଲି ଅର୍ଥାତ୍ ଅକ୍ଟୋବର ୬ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଅକ୍ଟୋବର ୭ ତାରିଖ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅକ୍ଟୋବର ୮ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକାପବନ ୩୦-୪୦ କିଲୋମିଟର ବେଗରେ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଅକ୍ଟୋବର ୯ ତାରିଖ ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଅକ୍ଟୋବର ୧୦,୧୧ ଓ ୧୨ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ଅକ୍ଟୋବର ୧୨ରୁ ୧୫ Aତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।