କନକ ବ୍ୟୁରୋ: ରାଜ୍ୟର ୯ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ନବରଙ୍ଗପୁର, କଟକ, କଳାହାଣ୍ଡି, କୋରାପୁଟ, ନୟାଗଡ଼, ସମ୍ବଲପୁର, ବରଗଡ଼, ବାଲେଶ୍ବର ଓ ବଲାଙ୍ଗୀର । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

Advertisment

ସେହିପରି ସେପ୍ଟେମ୍ବର ୧୨ ତାରିଖ ପାଇଁ ମାଲକାନଗିରି ଓ କୋରାପୁଟ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେପ୍ଟେମ୍ବର ୧୩ ତାରିଖ ପାଇଁ ମାଲକାନଗିରି ଓ କୋରାପୁଟ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ସେପ୍ଟେମ୍ବର ୧୪ ତାରିଖ ପାଇଁ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।