କନକ ବ୍ୟୁରୋ: ଯାତ୍ରା ଦେଖି ବିଳମ୍ବିତ ରାତିରେ ଘରକୁ ଫେରିବା ବେଳେ ମାଡ଼ିଗଲା ଅଜଣା ଗାଡି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ଅନୁଗୁଳ ଛେଣ୍ଡିପଦା, କାଦୁଅପାଳ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ହେଲେ ସେହି ଗାଁର କିଶୋରୀ ନାଏକ । କ୍ଷତିପୂରଣ ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି ସ୍ଥାନୀୟ ଲୋକ । ଫଳରେ ସେହି ରାସ୍ତାରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଛି।