କନକ ବ୍ୟୁରୋ: ସୁଭଦ୍ରା ଯୋଜନାକୁ ନେଇ ଆସିଛି ବଡ ଖବର । ସୁଭଦ୍ରା ଯୋଜନାର ଏସଓପି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମିଳିଥିବା ସୂଚନା ମୁତାବକ, ସୁଭଦ୍ରା ଯୋଜନାରେ ୨୧ ବର୍ଷରୁ ଉର୍ଦ୍ଧ୍ୱ ଓ ୬୦ ବର୍ଷରୁ କମ୍ ବୟସର ମହିଳାମାନେ ବାର୍ଷିକ ୧୦ ହଜାର ଟଙ୍କା ପାଇବେ । ପ୍ରତିବର୍ଷ ରାକ୍ଷୀପୂର୍ଣ୍ଣିମା ଓ ଅନ୍ତର୍ଜାତୀୟ ମହିଳା ଦିବସରେ ମହିଳାମାନେ ଟଙ୍କା ପାଇବେ । ତେବେ କିଛି ମହିଳାମାନେ ଏହି ଯୋଜନାରେ ସାମିଲ ହେବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ ବୋଲି ଘୋଷଣା କରାଯାଇଛି ।

ଘୋଷଣା ମୁତାବକ, ଆର୍ଥିକ ସ୍ୱଚ୍ଛଳ ବର୍ଗର ମହିଳା, ସରକାରୀ ଚାକିରି କରୁଥିବା ମହିଳା, ଆୟକର ପ୍ରଦାନ କରୁଥିବା ମହିଳାମାନେ ଏହି ଯୋଜନାରେ ସାମିଲ ହେବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ । ଏହାସହ କୌଣସି ସରକାରୀ ଯୋଜନାରେ ମାସିକ ୧୫୦୦ ଟଙ୍କା କିମ୍ବା ତାଠୁ ଅଧିକ ଅଥବା ବାର୍ଷିକ ୧୮ ହଜାର ଟଙ୍କା କିମ୍ବା ତଦୁର୍ଦ୍ଧ ସହାୟତା ରାଶି ପାଉଥିବା ମହିଳାମାନେ ସୁଭଦ୍ରା ଯୋଜନାରେ ସାମିଲ ହେବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ ବୋଲି କୁହାଯାଇଛି । ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ ମହିଳାମାନେ ଅଙ୍ଗନବାଡି କେନ୍ଦ୍ର, ବ୍ଲକ କାର୍ୟ୍ୟାଳୟ, ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଇତ୍ୟାଦିରେ ମାଗଣାରେ ଉପଲବ୍ଧ ଫର୍ମ ପୂରଣ କରି ଆବେଦନ କରିପାରିବେ । 

1 11