କନକ ବ୍ୟୁରୋ : ରାଜ୍ୟରେ ହାତୀ ମୃତ୍ୟୁ ତଦନ୍ତ ପାଇଁ ମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦଙ୍କ ପ୍ରତିକ୍ରିୟା । ଓଡ଼ିଶାରେ ହାତୀଙ୍କ ପାଇଁ ଜାଗା ଅଭାବ । ଯେତିକି ହାତୀ ରହି ପାରିବା କଥା ତାହାଠୁ ୪୦୦ ଅଧିକ ଅଛନ୍ତି । ବନ୍ୟପ୍ରାଣୀ ପିସିସିଏଫ୍ କହିଛନ୍ତି, ବାଙ୍ଗାଲୋରସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ସାଇନ୍ସେସର ଏଲିଫ୍ୟାଣ୍ଟ ସେଣ୍ଟର ଷ୍ଟଡି ଅନୁସାରେ, ଓଡ଼ିଶା ଜଙ୍ଗଲରେ ସର୍ବାଧିକ ୧୭୦୦ ହାତୀ ରହିପାରିବେ । କିନ୍ତୁ ଏବେ ୪୦୦ ହାତୀ ଅଧିକ ଅର୍ଥାତ୍ ୨୧ ଶହ ହାତୀ ଅଛନ୍ତି । ସେଇଥିପାଇଁ ଖାଦ୍ୟ ଅନ୍ୱେଷଣରେ ଜନବସତିମୁହାଁ ହେଉଛନ୍ତି ହାତୀ । ହାତୀ- ମଣିଷ ଲଢ଼େଇ ବଢ଼ୁଛି । ଖାଦ୍ୟ ଅଭାବରୁ ହାତୀଙ୍କ ରୋଗ ପ୍ରତିରୋଧକ ଶକ୍ତି ବି କମୁଛି । ଛୁଆ ହାତୀ, ରୋଗିଣା ହାତୀ ଅଧିକ ମୃତ୍ୟୁ ମୁହଁରେ ପଡ଼ୁଛନ୍ତି । ଏହାବାଦ ବିଦ୍ୟୁତ୍ ଆଘାତ ଓ ଟ୍ରେନ୍ ଦୁର୍ଘଟଣାରେ ମଧ୍ୟ ହାତୀଙ୍କ ଜୀବନ ଯାଉଛି । ଭୁଲ ବୁଝାମଣା ପାଇଁ ରାଉରକେଲା ଓ ମେରାମଣ୍ଡଳିରେ ଟ୍ରେନ ଦୁର୍ଘଟଣାରେ ହାତୀ ଙ୍କ ଜୀବନ ଯାଇଥିଲା । ଓଡ଼ିଶା ଜଙ୍ଗଲରେ ଅଧିକ ହାତୀ ଥିବାରୁ ବିଶେଷଜ୍ଞଙ୍କ ପରାମର୍ଶରେ କିଛି ହାତୀ ଶିମିଳିପାଳ ସ୍ଥାନାନ୍ତର ପାଇଁ ଯୋଜନା ଚାଲିଛି । ସ୍ଥାନାନ୍ତର ପୂର୍ବରୁ ସ୍ଥାନୀୟ ବାସିନ୍ଦା ଓ ଜନ ପ୍ରତିନିଧିଙ୍କ ସହ ଆଲୋଚନା କରାଯିବ ।
ହାତୀ ମୃତ୍ୟୁ ତଦନ୍ତ ନେଇ ମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ପିସିସିଏଫଙ୍କ ପ୍ରତିକ୍ରିୟା । ଖାଦ୍ୟାଭାବ, ବିଦ୍ୟୁତ ଆଘାତ ଓ ଟ୍ରେନ ଦୁର୍ଘଟଣାକୁ ଦାୟୀ
ଯେତିକି ହାତୀ ରହି ପାରିବା କଥା ତାହାଠୁ ୪୦୦ ଅଧିକ ଅଛନ୍ତି । ବନ୍ୟପ୍ରାଣୀ ପିସିସିଏଫ୍ କହିଛନ୍ତି, ବାଙ୍ଗାଲୋରସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ସାଇନ୍ସେସର ଏଲିଫ୍ୟାଣ୍ଟ ସେଣ୍ଟର ଷ୍ଟଡି ଅନୁସାରେ, ଓଡ଼ିଶା ଜଙ୍ଗଲରେ ସର୍ବାଧିକ ୧୭୦୦ ହାତୀ ରହିପାରିବେ । କିନ୍ତୁ ଏବେ ୪୦୦ ହାତୀ ଅଧିକ ଅର୍ଥାତ୍ ୨୧ ଶହ ହାତୀ ଅଛନ୍ତି । ସେଇଥିପାଇଁ ଖାଦ୍ୟ ଅନ୍ୱେଷଣରେ ଜନବସତିମୁହାଁ ହେଉଛନ୍ତି ହାତୀ । ହାତୀ- ମଣିଷ ଲଢ଼େଇ ବଢ଼ୁଛି ।