ରାଜ୍ୟରେ ସରିଛି ଶୀତକାଳୀନ ହାତୀଗଣନା :ପିସିସିଏଫଙ୍କ ସୂଚନା ଆସନ୍ତାକାଲି ପ୍ରକାଶ ପାଇବ ବିସ୍ତୁତ ରିର୍ପୋଟ

Advertisment

ରାଜ୍ୟରେ ସରିଛି ଶୀତକାଳୀନ ହାତୀ ଗଣନା , ଆସନ୍ତାକାଲି ପ୍ରକାଶ ପାଇବ ବିସ୍ତୃତ ରିପୋର୍ଟ । ଏବେ ବିଭିନ୍ନ ବନଖଣ୍ଡରୁ ଆସିଥିବା ରିପୋର୍ଟକୁ ତର୍ଜମା କରାଯାଉଛି । ଯେଭଳି କୌଣସି ହାତୀ ଦୁଇ ଥର ଗଣତି ନ ହୁଏ, ଫିଲ୍ଡ ଡାଟାର ତାଳମେଳ କରାଯାଉଛି, ଜିପିଏସ କୋଅର୍ଡିନେଟ କରାଯାଉଛି । ଖରା ଦିନେ ହୋଇଥିବା ଗଣନା ବେଳେ ଯେଉଁ ହାତୀ ଗୁଡ଼ିକ ଅଭୟାରଣ୍ୟ ଭିତରେ ଥିଲେ, ଏବେ ସେଗୁଡ଼ିକ ଜନବସତିମୁହାଁ ହୋଇଛନ୍ତି । ସେସବୁ ତଥ୍ୟ ଏକାଠି କରାଯାଇ ଆସନ୍ତାକାଲି ସୁଦ୍ଧା ପ୍ରସ୍ତୁତ ହେବ ସମ୍ପୂର୍ଣ୍ଣ ରିପୋର୍ଟ ।

Updated On

ଅଦ୍ୟତନ ହୋଇଛି
q

କନକବ୍ୟୁରୋ : ରାଜ୍ୟରେ ସରିଛି ଶୀତକାଳୀନ ହାତୀ ଗଣନା , ଆସନ୍ତାକାଲି ପ୍ରକାଶ ପାଇବ ବିସ୍ତୃତ ରିପୋର୍ଟ । ଏବେ ବିଭିନ୍ନ ବନଖଣ୍ଡରୁ ଆସିଥିବା ରିପୋର୍ଟକୁ ତର୍ଜମା କରାଯାଉଛି । ଯେଭଳି କୌଣସି ହାତୀ ଦୁଇ ଥର ଗଣତି ନ ହୁଏ, ଫିଲ୍ଡ ଡାଟାର ତାଳମେଳ କରାଯାଉଛି, ଜିପିଏସ କୋଅର୍ଡିନେଟ କରାଯାଉଛି  ।  ଖରା ଦିନେ ହୋଇଥିବା ଗଣନା ବେଳେ ଯେଉଁ ହାତୀ ଗୁଡ଼ିକ ଅଭୟାରଣ୍ୟ ଭିତରେ ଥିଲେ, ଏବେ ସେଗୁଡ଼ିକ ଜନବସତିମୁହାଁ ହୋଇଛନ୍ତି ।

ସେସବୁ ତଥ୍ୟ ଏକାଠି କରାଯାଇ ଆସନ୍ତାକାଲି ସୁଦ୍ଧା ପ୍ରସ୍ତୁତ ହେବ ସମ୍ପୂର୍ଣ୍ଣ ରିପୋର୍ଟ । ଏହାପରେ ଆମେ ସଠିକ ଭାବେ କହିପାରିବୁ , ରାଜ୍ୟର ବିଭିନ୍ନ ଜଙ୍ଗଲରେ କେତେ ହାତୀ ଅଛନ୍ତି ଓ ଝାଡ଼ଖଣ୍ଡ, ଛତିଶଗଡ ଓ ପଶ୍ଚିମବଙ୍ଗରୁ କେତେ ହାତୀ ରାଜ୍ୟକୁ ଆସିଛନ୍ତି । ଯେପର୍ୟ୍ୟନ୍ତ ରିପୋର୍ଟ ଚୂଡ଼ାନ୍ତ ହୋଇନି, ରାଜ୍ୟରେ କେତେ ହାତୀ କହିବା କେବଳ ଏକ ଆକଳନ ହେବ  । ଆଜି ରିପୋର୍ଟ ଚୂଡ଼ାନ୍ତ ହେଉଛି, କାଲି ସନ୍ଧ୍ୟା ସୁଦ୍ଧା କୁହାଯାଇ ପାରିବ ରାଜ୍ୟରେ କେତେ ହାତୀ ଅଛନ୍ତି । ସୂଚନା ଥାଉକି, ଗତ ଗଣନାରେ ରାଜ୍ୟରେ ୨୦୯୮ ହାତୀ ଥିଲେ  ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe