୨୨ରେ ଲଘୁଚାପ, ୨୪ରୁ ନେଇପାରେ ଅବପାତର ରୂପ

ବାତ୍ୟା ଆଶଙ୍କା ଭିତରେ ସାରା ଓଡ଼ିଶାର ସର୍ବନିମ୍ନ ତାପମାତ୍ରାରେ ବ୍ୟାପକ ପରିବର୍ତ୍ତନ

Rain

Rain Photograph: (kanaknews)

କନକ ବ୍ୟୁରୋ:  ମାଲାକ୍କା ସମୁଦ୍ର ସନ୍ଧିର ମଧ୍ୟ ଅଂଶରେ ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୪ ତାରିଖରେ ଆହୁରି ଘନୀଭୂତ ହୋଇ ଦକ୍ଷିଣ ବଙ୍ଗୋପସାଗରର ମଧ୍ୟ ଭାଗରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ସପ୍ତାହରୁ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ; ୨୪ ଘଣ୍ଟାରେ ନେଇପାରେ ଲଘୁଚାପର ରୂପ

ଯଦିଓ ବାତ୍ୟା ଗତିପଥକୁ ନେଇ କିଛି ସ୍ପଷ୍ଟ ହୋଇନାହିଁ । କିନ୍ତୁ ପାରିପାର୍ଶ୍ବିକ ପରିବେଶ ବାତ୍ୟା ପାଇଁ ଅନୁକୂଳ ଥିବା ବିଶେଷଜ୍ଞ କହିଛନ୍ତି । ସେପଟେ ଆଇଏମଡି ପୂର୍ବାନୁମାନ କରିଛି ଯେ, ୨୭ରୁ ଓଡ଼ିଶା ଉପକୂଳରେ ବର୍ଷା ସମ୍ଭାବନା ରହିଛି । ଏପଟେ ବାତ୍ୟା ଆଶଙ୍କା ଭିତରେ ସାରା ଓଡ଼ିଶାର ସର୍ବନିମ୍ନ ତାପମାତ୍ରାରେ ବ୍ୟାପକ ପରିବର୍ତ୍ତନ ଆସିଛି । ଦକ୍ଷିଣ ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ୪.୧ ଡିଗ୍ରିରୁ ଅଧିକ ବୃଦ୍ଧି ପାଇଛି। ରାଜଧାନୀ ଭୁବନେଶ୍ୱରରେ ରାତି ତାପମାତ୍ରା ଦୃଷ୍ଟାନ୍ତମୂଳକ ଭାବେ ବୃଦ୍ଧି ସହ ଶୀତ ଗାଏବ ହୋଇଛି । 


 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe