ରାଜ୍ୟରେ କମିଛି ଶୀତର ତାପମାତ୍ରା : ଆସନ୍ତା ୩ ଦିନରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ କମିପାରେ

ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଓ ଝାଡ଼ସୁଗୁଡ଼ା ଜିଲ୍ଲାରେ ସକାଳୁ କୁହୁଡ଼ିର ଆସ୍ତରଣ ଦେଖାଯିବ। ରାଜ୍ୟରେ ଶୀତ ପ୍ରକୋପ କମିଥିବା ବେଳେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଝାରସୁଗୁଡ଼ାଠାରେ ୧୧.୫ ଡିଗ୍ରି ରେକର୍ଡ ହୋଇଛି

WINTER

Photograph: (KANAKNEWS)

କନକବ୍ୟୁରୋ :  ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଓ ଝାଡ଼ସୁଗୁଡ଼ା ଜିଲ୍ଲାରେ ସକାଳୁ କୁହୁଡ଼ିର ଆସ୍ତରଣ ଦେଖାଯିବ। ରାଜ୍ୟରେ ଶୀତ ପ୍ରକୋପ କମିଥିବା ବେଳେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଝାରସୁଗୁଡ଼ାଠାରେ ୧୧.୫ ଡିଗ୍ରି ରେକର୍ଡ ହୋଇଛି ।  ଏଥିସହ ଦାରିଙ୍ଗିବାଡ଼ିରେ ୧୨.୫ ଡିଗ୍ରି ରାତି ତାପମାତ୍ରା ରହିଥିଲା। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୪ ଡିଗ୍ରି ବୃଦ୍ଧି ପାଇଛି ।

ଅଧିକ ପଢନ୍ତୁ... ଶୀତବସ୍ତ୍ର ପିନ୍ଧିଲେ କୁଣ୍ଡେଇ ହେଉଛି କି ଦେହ; କେମିତି ତ୍ୱଚାକୁ ରଖିବେ ସୁରକ୍ଷିତ ?

ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରାୟ ୧ରୁ ୪ ଡିଗ୍ରି ସେଲ୍‌ସିୟସ୍‌ ବୃଦ୍ଧି ପାଇଛି ।  ଓଡ଼ିଶାର ଅନ୍ୟ‌ କୌଣସି ଜିଲ୍ଲାରେ ‌ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ଘଟିନାହିଁ। ଆଜି ରାତିଠାରୁ ରାଜ୍ୟରେ ରାତି ପାରଦ ସ୍ତର ନିମ୍ନଗାମୀ ହୋଇପାରେ । ଆସନ୍ତା ୩ ଦିନରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ କମିପାରେ । ଫଳରେ ରାଜ୍ୟକୁ ପୁଣି ଶୀତ ପ୍ରତ୍ୟାବର୍ତ୍ତନ କରିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅନ୍ୟପଟେ ରାଜଧାନୀ ଭୁବନେଶ୍ବରର ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରିକୁ ବୃଦ୍ଧି ପାଇଥିବା ବେଳେ କଟକର ରହିଛି ୧୭.୬ ଡିଗ୍ରି। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖାପାଖ ଅଞ୍ଚଳର ପାଗ ମେଘୁଆ ରହିପାରେ  ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe