ଆଜିଠୁ ବିଶ୍ବପ୍ରସିଦ୍ଧ ଧନୁଯାତ୍ରା । ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚରେ ପରିବେଷଣ ହେବ ଯାତ୍ରା

Advertisment

ଆଜିଠୁ ବରଗଡର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା । ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି । କଂସଙ୍କ ରାଜ ଦରବାର ସମେତ ରଂଗମହଲ ଓ ବିଭିନ୍ନ ତୋରଣ ଗୁଡ଼ିକ ଏଥର ଯେମିତି ଅଧିକ ଆକର୍ଷଣୀୟ ହୋଇପାରିବ ସେନେଇ ଧନୁଯାତ୍ରା କମିଟି ଅଧିକ ଗୁରୁତ୍ୱ ଦେଉଥିବା ବେଳେ ଏହାର ନିର୍ମାଣ ପାଇଁ କାରିଗର ମାନେ ଦିନରାତି କାମ ଜାରି ରଖିଛନ୍ତି ।

ଆଜିଠୁ ବରଗଡର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା । ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି । କଂସଙ୍କ ରାଜ ଦରବାର ସମେତ ରଂଗମହଲ ଓ ବିଭିନ୍ନ ତୋରଣ ଗୁଡ଼ିକ ଏଥର ଯେମିତି ଅଧିକ ଆକର୍ଷଣୀୟ ହୋଇପାରିବ ସେନେଇ ଧନୁଯାତ୍ରା କମିଟି ଅଧିକ ଗୁରୁତ୍ୱ ଦେଉଥିବା ବେଳେ ଏହାର ନିର୍ମାଣ ପାଇଁ କାରିଗର ମାନେ ଦିନରାତି କାମ ଜାରି ରଖିଛନ୍ତି ।

Dhanu jatra

Dhanu jatra Photograph: (KanakNews )

କନକ ବ୍ୟୁରୋ : ଆଜିଠୁ ବରଗଡର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା । ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି । କଂସଙ୍କ ରାଜ ଦରବାର ସମେତ ରଂଗମହଲ ଓ ବିଭିନ୍ନ ତୋରଣ ଗୁଡ଼ିକ ଏଥର ଯେମିତି ଅଧିକ ଆକର୍ଷଣୀୟ ହୋଇପାରିବ ସେନେଇ ଧନୁଯାତ୍ରା କମିଟି ଅଧିକ ଗୁରୁତ୍ୱ ଦେଉଥିବା ବେଳେ ଏହାର ନିର୍ମାଣ ପାଇଁ କାରିଗର ମାନେ ଦିନରାତି କାମ ଜାରି ରଖିଛନ୍ତି ।  ଯାତ୍ରା ସମୟରେ ସହରକୁ ସ୍ୱଚ୍ଛ ସୁନ୍ଦର କରିବା ପ୍ରୟାସ ଜାରି ରଖିଛି ଜିଲ୍ଲା ପ୍ରଶାସନ । ବରଗଡ଼ ଧନୁଯାତ୍ରା ଚଳିତଥର ୭୭ ବର୍ଷରେ ପଦାର୍ପଣ କରିଛି । ଆଜିଠୁ ଜାନୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ୧୧ ଦିନ ଧରି ଚାଲିବ ଯାତ୍ରା । ଯାହାକୁ ନେଇ ସାରା ବରଗଡ଼ ସହର ଚଳଚଞ୍ଚଳ ହୋଇଉଠିଛଉି । 

ବରଗଡ଼ ହାଟପଦା ଠାରେ ମହାରଜ କଂସଙ୍କ ପ୍ରାୟ ୬୦ ଫୁଟ ଉଚ୍ଚତା ଏବଂ ୧୨୦ ଫୁଟ  ପ୍ରସ୍ଥର ରାଜଦରବାର ନିର୍ମାଣ ସରିଛି । କଲିକତାରୁ ୨୫ ଜଣ କାରିଗର ଆସି ଦିନରାତି କାମ କରୁଛନ୍ତି ।  ଚଳିତବର୍ଷ କଂସଙ୍କ ରାଜଦରବାର ଯେପରି ଅଧିକ ଆକର୍ଷଣୀୟ ହୋଇପାରିବ ସେନେଇ କମିଟି ଅଧିକ ଗୁରୁତ୍ୱ ଦେଉଛି । ସେହିପରି ସ୍ଥାନୀୟ ଲୋକ ମଣ୍ଡପ ପଡ଼ିଆରେ ମହାରାଜ କଂସଙ୍କ ରଙ୍ଗ ମହଲର ନିର୍ମାଣ ଚାଲିଛି । ଏଥିପାଇଁ ଭୁବନେଶ୍ୱର ଓମ୍ କ୍ରିଏସନରୁ କାରିଗର ଆସି କାମ ଜାରି ରଖିଛନ୍ତି । ବରଗଡ଼ର ପ୍ରାୟ ସାତ କିଲୋମିଟର ପରିଧି ମଧ୍ୟରେ ୧୪ ଟି ମଂଚରେ ଏହି ଧନୁଯାତ୍ରା ମହୋତ୍ସବ ହେବ ।  କଂସ ଦରବାର, ରଂଗମହଲ ଓ ନନ୍ଦ ଦରବାରରେ ପ୍ରତିଦିନ ଧନୁଯାତ୍ରାର ଦୃଶ୍ୟଗୁଡ଼ିକ ଅଭିନୀତ ହୋଇଥାଏ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe