କନକ ବ୍ୟୁରୋ : ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି ବି ବର୍ଷିବ । ଉତ୍ତର ଓଡ଼ିଶାରେ ବିଶେଷ ଭାବେ ବର୍ଷାର ପ୍ରଭାବ ଅଧିକ ରହିବ । ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ବର୍ଷା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସକାଳ ସାଢେ ୮ଟା ଯାଏଁ ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । 

Advertisment

ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା,  ନୟାଗଡ଼ ,ଗଂଜାମ ଜିଲ୍ଲାକୁ ସତର୍କ କରାଯାଇଛି । ସେହିପରି ଗଜପତି, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ ,ମୟୁରଭଞ୍ଜ,  କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ,ବରଗଡ଼ ,ନୂଆପଡା ଓ ବଲାଙ୍ଗୀରକୁ ୟେଲୋ ଆଲର୍ଟ  ଜାରି କରିଛି ପାଣିପାଗ କେନ୍ଦ୍ର । ମହାରାଷ୍ଟ୍ର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଛତିଶଗଡ଼ ଉପରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଓଡିଶାରେ ବର୍ଷା ଲାଗି ରହିଛି ।