କନକ ବ୍ୟୁରୋ : ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ପୁରୀ, ଭୁବନେଶ୍ବର, କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଚାଲିଛି । ଆଗାମୀ ୩ ଗଣ୍ଟା ପାଇଁ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏହି ୧୩ ଜିଲ୍ଲା ହେଲା ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର, କଟକ, ଖୋର୍ଦ୍ଧା, କେନ୍ଦୁଝର, ଅନୁଗୁଳ, ନୟାଗଡ଼, ଢେଙ୍କାନାଳ ମୟୂରଭଂଜ, ଗଞ୍ଜାମ ଓ ପୁରୀ ।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ମଧ୍ୟ ଉତ୍ତର ଓଡ଼ିଶାରେ ବିଶେଷ ଭାବେ ବର୍ଷାର ପ୍ରଭାବ ଅଧିକ ରହିବ । ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ବର୍ଷା ଓ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/media_files/vIYGZgv0stbGbmf0hyB3.jpg)