କନକ ବ୍ୟୁରୋ: ରାଜ୍ୟର ୧୧ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ପୁରୀ, ଗଞ୍ଜାମ, ଗଜପତି, କଟକ, ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ନୂଆପଡ଼ା, ନବରଙ୍ଗପୁର, ସୁନ୍ଦରଗଡ଼ ଏବଂ ଖୋର୍ଦ୍ଧା । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ଅଗଷ୍ଟ ୧୨ ତାରିଖ ପାଇଁ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଅଗଷ୍ଟ ୧୩ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।