କନକ ବ୍ୟୁରୋ: ରାଜ୍ୟର ୧୧ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନୟାଗଡ଼, ଢେଙ୍କାନାଳ, ନବରଙ୍ଗପୁର, ନୂଆପଡ଼ା, ସୋନପୁର, ବରଗଡ଼ ଏବଂ ସମ୍ବଲପୁର । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

Advertisment

ସେହିପରି ଅଗଷ୍ଟ ୭ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅଗଷ୍ଟ ୮ ତାରିଖରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ବରଗଡ଼, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅଗଷ୍ଟ ୯ ତାରିଖରେ ମଧ୍ୟ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଉଛି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଅଗଷ୍ଟ ୧୦ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେପଟେ ଅଗଷ୍ଟ ୧୧ ଓ ୧୨ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ସହ ଝଟକା ପବନର ସମ୍ଭାବନା ରହିଛି । ଏପଟେ ଅଗଷ୍ଟ ୧୩ରୁ ୧୫ ତାରିଖ ଯାଏଁ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।