କନକ ବ୍ୟୁରୋ: ରାଜ୍ୟର ୮ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ଗଞ୍ଜାମ, ଗଜପତି, ନୂଆପଡ଼ା, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର ଓ କେନ୍ଦୁଝର । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

Advertisment

ସେହିପରି ଅଗଷ୍ଟ ୧୬ ତାରିଖ ପାଇଁ ମଧ୍ୟ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗୀର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।