କନକ ବ୍ୟୁରୋ : ଆଉ ତିନିମାସ ହିତାଧିକାରୀଙ୍କୁ ମିଳିବ ଅତିରିକ୍ତ ୫ କେଜି ଚାଉଳ । ଘୋଷଣା କଲେ ଖାଦ୍ୟ, ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ । ଅତିରିକ୍ତ ଚାଉଳ ବଣ୍ଟନ ଶେଷ କରିବାକୁ ୧୯ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୧୯ ଜିଲ୍ଲାରେ ମୋଟ ୨ କୋଟି ୪୦ଲକ୍ଷ ହିତାଧିକାରୀ ଉପକୃତ ହେବେ ।
ସରକାର କରିବେ ଆଳୁ ଚାଷ: ଚଳିତ ବର୍ଷ ୫୦ ହଜାରରୁ ଅଧିକ ଏକର ଜମିରେ ଆଳୁ ଚାଷ କରିବାକୁ ଯୋଜନା
ଅନୁଗୁଳ, ବାଲେଶ୍ବର, ବରଗଡ଼, ଭଦ୍ରକ, କଟକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ଭଞ୍ଜ, ନୟାଗଡ଼, ପୁରୀ, ସମ୍ବଲପୁର, ସୁନ୍ଦରଗଡ଼ ପ୍ରମୁଖ ଜିଲ୍ଲାରେ ପରିବାର ପିଛା ଏହି ଅତିରିକ୍ତ ୫ କେଜି ଚାଉଳ ମିଳିବ । ଏହି ଅତିରିକ୍ତ ଚାଉଳ ପୂର୍ବ ଭଳି ଆଧାର ସଂଯୁକ୍ତ ହିତାଧିକାରୀଙ୍କୁ ହିଁ ମିଳିବ । ଏହି ଯୋଜନା ଦ୍ଵାରା ୧୯ ଟି ଜିଲ୍ଲାର ୭୦.୪୭ ଲକ୍ଷରୁ ଅଧିକ ପରିବାର ଉପକୃତ ହେବେ । ନଭେମ୍ବର ୧୦ ତାରିଖ ସୁଦ୍ଧା ବଣ୍ଟନ ସାରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଜାତୀୟ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ମିଳିବ ଏହି ଲାଭ ।
ମିଳିବ ଅଧିକ ୫ କେଜି ଚାଉଳ
ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫ କେଜି ଚାଉଳ
୧୯ ଜିଲ୍ଲାରେ ପରିବାର ପିଛା ମିଳିବ ଅଧିକ ୫ କେଜି ଚାଉଳ
୩ ମାସ ପାଇଁ ଅଧିକ ୫ କେଜି ଚାଉଳ ଦେବାକୁ ନିର୍ଦ୍ଦେଶ
୯ ଜିଲ୍ଲାରେ ମୋଟ ୨ କୋଟି ୪୦ଲକ୍ଷ ହିତାଧିକାରୀ ଉପକୃତ ହେବେ
୧୯ ଜିଲ୍ଲାର ଜିଲ୍ଲାପାଳଙ୍କୁ ଯୋଗାଣ ବିଭାଗର ଚିଠି
ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ଚାଉଳ ମିଳିବ
ଅନୁଗୁଳ, ବାଲେଶ୍ବର, ବରଗଡ଼, ଭଦ୍ରକ, କଟକ, ଦେବଗଡ଼, ଢେଙ୍କାନାଳ
ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର
ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ଼
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/10/24/21-2025-10-24-09-21-28.jpg)