କନକ ବ୍ୟୁରୋ: ପ୍ରେମରେ ବିଫଳ ହୋଇ ଜୀବନ ହାରିଲେ ଯୁବକ । କୋଠାରୁ ଡେଇଁ କଲେ ଆତ୍ମହତ୍ୟା । ରାଜଧାନୀ ଭୁବନେଶ୍ୱରର ଏକ ଆପାର୍ଟମେଣ୍ଟରୁ ଡେଇଁ ଜୀବନ ହାରିଛନ୍ତି ଯୁବ ଇଞ୍ଜିନିୟର । ୮ ମହଲାରୁ ଡେଇଁ ଜୀବନ ହାରିଛନ୍ତି ଖାରବେଳନଗର ଚନ୍ଦ୍ରମା କମ୍ପ୍ଲେକ୍ସ ଆପାର୍ଟମେଣ୍ଟରେ ରହୁଥିବା ରୋନିତ ଜେନା
ରୋନିତଙ୍କ ବୟସ ୨୩ ବର୍ଷ। ପରିବାର ଲୋକଙ୍କ କହିବା ଅନୁସାରେ, ପ୍ରେମରେ ଧୋକା ପାଇ ମାନସିକ ସ୍ତରରେ ଭାଙ୍ଗି ପଡିବା ପରେ ଏଭଳି ଚରମ ନିଷ୍ପତ୍ତି ନେଇଛନ୍ତି ରୋନିତ । ଆତ୍ମହତ୍ୟା ପୂର୍ବର ଚିତ୍ର ସିସିଟିଭିରେ କଏଦ ହୋଇଛି । ଛାତ ଉପରକୁ ସିଡିରେ ଯାଉଥିବା ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ, ବ୍ରହ୍ମପୁରର ଜଣେ ଯୁବତୀଙ୍କୁ ଭଲ ପାଉଥିଲେ ରୋନିତ। ଯୁବତୀଙ୍କ ସମସ୍ତ ଖର୍ଚ୍ଚ ମଧ୍ୟ ବହନ କରୁଥିଲେ । କୌଣସି କଥାକୁ କେନ୍ଦ୍ର କରି ପ୍ରେମରେ ପୂର୍ଣ୍ଣଛେଦ ପଡିଥିଲା। ଯାହାକୁ ନେଇ ରୋନିତ ହତାଶ ହୋଇପଡିଥିଲେ।
ମୃତ୍ୟୁ ପୂର୍ବରୁ ରୋନିତଙ୍କ ଶେଷ ଚିଠି ମଧ୍ୟ ମିଳିଛି । ଚିଠିରେ ବାପା ମାଆଙ୍କୁ କ୍ଷମା ମାଗିଛନ୍ତି ରୋନିତ୍ । ସେପଟେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି । ଉକ୍ତ ଯୁବତୀ ଜଣଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ଦାବି କରିଛନ୍ତି ମୃତକଙ୍କ ପରିବାର ଲୋକ।
Follow Us