କନକ ବ୍ୟୁରୋ : ୪ ଦିନ ଧରି ଲାଗି ରହିବ ବର୍ଷା। ଉପକୂଳରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ପର୍ଯ୍ୟନ୍ତ କୋହଲା ପାଗ ରହିବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ତେବେ ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ଓଡ଼ିଶାରେ ବଡ଼ ବର୍ଷାର ଆଶଙ୍କା ନାହିଁ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ ୧୭ ତାରିଖ ସକାଳଠାରୁ ଉତ୍ତର, ପଶ୍ଚିମ ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲକା ବର୍ଷା ହେବ।
/kanak/media/post_attachments/wp-content/uploads/2019/07/rainroad4953126976-979185356_6.jpg)