ଆସନ୍ତା ୪ ଦିନ ରାଜ୍ୟରେ ଲାଗିରହିବ ବର୍ଷା ! ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବା ନେଇ ଆକଳନ କଲା ପାଣିପାଗ ବିଭାଗ

Advertisment
ଆଉ ସପ୍ତାହକ ଯାଏଁ  ଲାଗିରହିବ ବର୍ଷା : ୨୨ ତାରିଖଠାରୁ ବଢ଼ିବ ବର୍ଷା ପରିମାଣ, ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ
କନକ ବ୍ୟୁରୋ : ୪ ଦିନ ଧରି ଲାଗି ରହିବ ବର୍ଷା। ଉପକୂଳରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ପର୍ଯ୍ୟନ୍ତ କୋହଲା ପାଗ ରହିବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ତେବେ ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ଓଡ଼ିଶାରେ ବଡ଼ ବର୍ଷାର ଆଶଙ୍କା ନାହିଁ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ ୧୭ ତାରିଖ ସକାଳଠାରୁ ଉତ୍ତର, ପଶ୍ଚିମ ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲକା ବର୍ଷା ହେବ।
publive-imageତେବେ କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ପୁରୀ, ଭଦ୍ରକ, ଯାଜପୁର, କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ପଶ୍ଚିମ ଓଡ଼ିଶା ଯଥା କନ୍ଧମାଳ, କଳାହାଣ୍ଡି, ଗଜପତି, ଗଞ୍ଜାମ, ବୌଦ୍ଧ, ନୟାଗଡ଼, ସୋନପୁର, ବରଗଡ଼, ସମ୍ବଲପୁର ଓ କୋରାପୁଟ ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ପରିମାଣ ବଢ଼ିବ। ଏହାପରେ ବର୍ଷା କମିବ ବୋଲି ପୂର୍ବାନୁମାନ କରାଯାଇଛି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe