କନକ ବ୍ୟୁରୋ : ଆଗାମୀ ଟି-୨୦ ବିଶ୍ୱକପ ୨୦୨୪ ପାଇଁ କାର୍ଯ୍ୟସୂଚୀ ସାମ୍ନାକୁ ଆସିଛି । ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳଯିବା ଟୁର୍ଣ୍ଣାମେଣ୍ଟ । ଆସନ୍ତ ଜୁନ ୪ ତାରିଖରୁ ୩୦ ତାରିଖରେ ମଧ୍ୟରେ ଟୁର୍ଣ୍ଣାମେଣ୍ଟ ଆୟୋଜନ କରଯିବ । ମୋଟ ୧୦ ଷ୍ଟାଡିୟମରେ ଖେଳାଯିବ ମ୍ୟାଚ । ୨୭ ଦିନରେ ମୋଟ ୫୫ଟି ମ୍ୟାଚ ଖେଳାଯିବ । ଗତ ଟି-୨୦ ବିଶ୍ୱକପଠାରୁ ଆଗାମୀ ବିଶ୍ୱକପ ଟିକେ ଭିନ୍ନ ରହିବ । ଏଥର ୧୬ ପରିବର୍ତ୍ତେ ୨୦ ଟି ଦଳ ଟୁର୍ଣ୍ଣାମେଣ୍ଟ ଖେଳିବେ ।

Advertisment

୨୦ ଟିମକୁ ୫ ଲେଖାଏଁ ୪ ଟି ଗ୍ରୁପରେ ଭାଗ କରାଯିବ । ପ୍ରତ୍ୟେକ ଗ୍ରୁପର ଶ୍ରେଷ୍ଠ ଦୁଇଟି ଲେଖାଏଁ ଟିମ ସୁପର-୮ ମ୍ୟାଚ ଖେଳିବେ । ସେମାନଙ୍କ ମଧ୍ୟରୁ ଶ୍ରେଷ୍ଠ ୪ଟି ଟିମ୍ ସେମିଫାଇନାଲ ଖେଳିବେ । ଗତ ଟି-୨୦ ଟୁର୍ଣ୍ଣାମେଣ୍ଟରେ ପାକିସ୍ତାନକୁ ହରାଇ ଚାମ୍ପିଅନ ହୋଇଥିଲା ଇଂଲଣ୍ଡ । ତେବେ ଆଇସିସି ରାଙ୍କି ଅନୁସାରେ ଶ୍ରେଷ୍ଠ ୧୦ ଟିମ ଚୟନ ସରିଛି । ୟୁରୋପ, ଇଷ୍ଟ ଏସିଆ, ଆମେରିକା, ଏସିଆ, ଆଫିକ୍ରା ଭଳି କିଛି ଟିମକୁ ଟୁର୍ଣ୍ଣାମଂଟ ଖେଳିବା ପାଇଁ କ୍ୱାଲିଫାଏ କରିବାକୁ ପଡିବ ।