କନକ ବ୍ୟୁରୋ : ଓଡ଼ିଶାର ୧୦ଟି ଜିଲ୍ଲାରେ ଲାଗୁ ହୋଇଛି ନାଇଟ୍ କର୍ଫ୍ୟୁ । କରୋନା ସଂକ୍ରମଣ ଦିନକୁ ଦିନ ପୁଣି ବଢୁଥିବା ବେଳେ ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର । ଏହି ଜିଲ୍ଲା ଗୁଡିକ ମଧ୍ୟରେ ରହିଛି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ ହୋଇଛି ।
ତେବେ ଆସନ୍ତା ୫ ତାରିଖ ଅର୍ଥାତ ସୋମବାର ଠାରୁ ଏହି କଟକଣା ଲାଗିବ । ରାତି ୧୦ଟାରୁ ସକାଳ ୫ଟା ଯାଏଁ ବଳବତ୍ତର ରହିବ ନାଇଟ୍ କର୍ଫ୍ୟୁ କଟକଣା । ଏହି ସମୟରେ ଅତ୍ୟାବଶ୍ୟକ ସେବାକୁ ଛାଡିଦେଲେ ଅନ୍ୟ ସବୁ କିଛି ବନ୍ଦ ରହିବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/04/42.jpg)